ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ସହିଦ୍ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ
ନୟାଗଡ଼ ଜିଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ମହାନ୍ ସ୍ବାଧୀନତା ସଂଗ୍ରାମୀ ସହିଦ କଷ୍ଟି ଡାକୁଆଙ୍କ ସହିଦ୍ ଦିବସ ପାଳିତ ହୋଇ ଯାଇଛି । ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ବିଦ୍ଯାଳୟ ପରିସରରେ ସ୍ଥାପିତ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ଯାର୍ପଣ କରିବା ସହିତ ଧୂପ ଦୀପ ଅର୍ପଣ କରିଥିଲେ ।
