ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ପଲସ ପୋଲିଓ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି । ଜିଲ୍ଲାପାଳ ନିଜେ ୫ ବର୍ଷରୁ କମ୍ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମାଲକାନଗିରି ଜିଲ୍ଲାକୁ ସମ୍ପୂର୍ଣ୍ଣ ରୂପେ ପୋଲିଓ ମୁକ୍ତ କରିବା ପାଇଁ ଲକ୍ଷ୍ୟ ରଖା ଯାଇଛି ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଛନ୍ତି ।
