ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ବାଟରେ ସତ୍ୟବାଦୀ ନିକଟରେ ଅଟକି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପଇଡ଼ ପିଉଛନ୍ତି ଏବଂ ଜନସାଧାରଣଙ୍କ ସହ କଥା ହେଉଛନ୍ତି – ପୁରୀ

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଲୋକଙ୍କ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖ ସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ

ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ । କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଥିଲା ।

Exit mobile version