Home ଓଡ଼ିଶା ଜିଲ୍ଲା ସ୍ତରୀୟ ପୋଷଣ ମାସ ପାଳିତ by Proprietor Abhimanyu Maharana 11 months ago Share on FacebookShare on TwitterWhatsapp ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ସ୍ଥାନୀୟ ଜ଼ିଲ୍ଲା ପରିଷଦ ସମ୍ବିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ପୋଷଣ ମାସ ପାଳିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ା ଡୋଳାମଣି ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଗୌରୀ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ ଓ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ମଞ୍ଚାସୀନ ଥିଲେ। ଜିଲ୍ଲାରେ ଯେପରି କୌଣସି ମା କିମ୍ବା ଶିଶୁ କୁପୋଷଣର ଶିକାର ନ ହୁଅନ୍ତି ସେଥି ପ୍ରତି ଧ୍ୟାନ ଦେବାକୁ ଅତିରିକ୍ତ ଜିଲ୍ଲାପାଳ କହିଥିଲେ । ଆମ ଶରୀର ପାଇଁ ସଠିକ୍ ପୋଷଣଯୁକ୍ତ ଖାଦ୍ୟର ଆବଶ୍ୟକତା ରହିଛି । ପୋଷଣଯୁକ୍ତ ଖାଦ୍ୟ ନଖାଇଲେ ପୃଷ୍ଟିସାର ଅଭାବ ଜନିତ ରୋଗ ସୃଷ୍ଟି ହୋଇଥାଏ । ସାଧାରଣତଃ ପୁଷ୍ଟିସାର ଖାଦ୍ୟ ଅଭାବରୁ ନବଜାତ ଶିଶୁର ଠିକ୍ ଭାବେ ଶରୀର ଗଠନ ହୋଇପାରେ ନାହିଁ ଏବଂ ବିଭିନ୍ନ ରୋଗର ଶିକାର ହେବାର ସମ୍ଭାବନା ଅଧିକ ରହିଥାଏ । ଶିଶୁକୁ ୬ମାସ ପର୍ଯ୍ୟନ୍ତ ମା’ କ୍ଷୀର ଦେବା ଆବଶ୍ୟକ । ସେହିପରି ପ୍ରସୂତୀ ମା’ ମାନେ ସନ୍ତୁଳିତ ପୋଷଣଯୁକ୍ତ ଖାଦ୍ୟ ଖାଇବା ଦରକାର । ଗର୍ଭବତୀ, ପ୍ରସୂତୀ ଓ ଶିଶୁ ଉପଯୁକ୍ତ ପୋଷଣ ଅଭାବରୁ ବିଭିନ୍ନ ରୋଗର ଶିକାର ହେଉଥିବାରୁ ସେମାନଙ୍କୁ ପୋଷଣଯୁକ୍ତ ଖାଦ୍ୟ ଖାଇବାକୁ ଦେବା ଜରୁରୀ ବୋଲି ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରୋଗ୍ରାମ ଅଧିକାରୀ ଇନ୍ଦିରା ପ୍ରଧାନ ସଂଯୋଜନା କରି ପୋଷଣ ମାସ ପାଳନର ଉଦ୍ଦେଶ୍ୟ ସଂପର୍କରେ ଆଲୋକପାତ କରିଥିଲେ । କେଉଁ ଖାଦ୍ୟରେ ପୋଷଣଯୁକ୍ତ ତତ୍ୱ ରହିଛି ସେ ସଂପର୍କରେ ସେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମା’ ମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ପ୍ରକାର ପୋଷଣଯୁକ୍ତ ଖାଦ୍ୟ ସବୁଜ ପନିପରିବା, କ୍ଷୀର, ଅଣ୍ଡା, ପିଠା ସହିତ ବିଭିନ୍ନ ପ୍ରକାର ଡାଲି ଓ ଶଷ୍ୟଜାତୀୟ ଖାଦ୍ୟ ପରିବେଷଣ କରାଯିବା ସହ ମା’ ମାନଙ୍କୁ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସିଡ଼ିପିଓ, ସୁପରଭାଇଜର ଓ ଅଙ୍ଗନୱାଡ଼ି କର୍ମୀ ଉପସ୍ଥିତ ଥିଲେ । ପରିଶେଷରେ ବିଭିନ୍ନ ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ । ଜିଲ୍ଲା ସମାଜ ମଙ୍ଗଳ ବିଭାଗର କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ଆୟୋଜନ କରିଥିଲେ । Categories: ଓଡ଼ିଶା, ମାଲକାନଗିରି, ହୋମ୍ Related Content ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ by Proprietor Abhimanyu Maharana September 8, 2026 ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ by Proprietor Abhimanyu Maharana September 8, 2026 ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ by Proprietor Abhimanyu Maharana September 8, 2026 Strengthening Odisha’s Power Transmission Infrastructure: A New Era of Confidence in Power System of Odisha by Proprietor Abhimanyu Maharana September 8, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ by Proprietor Abhimanyu Maharana September 7, 2026 କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ by Proprietor Abhimanyu Maharana September 7, 2026