ନୂଆପଡ଼ା ଉପନିର୍ବାଚନ : ପ୍ରାର୍ଥୀ ଘୋଷଣା କଲେ – ପ୍ରମୁଖ ତିନିଦଳ

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :-  ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ତତ୍ପରତା ତୀବ୍ର ଦେଖାଯାଇଛି । ଆସନ୍ତା ନଭେମ୍ବର ୧୧ ତାରିଖ ଦିନ ଏଠାରେ ଭୋଟ୍ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ôଥପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି, ଯାହାକି ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଏହାରି ମଧ୍ୟରେ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ (ବିଜେପି, ବିଜେଡି ଓ କଂଗ୍ରେସ) ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜର ପ୍ରାର୍ôଥପତ୍ର ଦାଖଲ କରିସାରିଥିବା ବେଳେ ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ଆସନ୍ତାକାଲି ପ୍ରାର୍ôଥପତ୍ର ଦାଖଲ କରିବେ ।ବିଜୁ ଜନତା ଦଳର ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାର୍ôଥପତ୍ର ଦାଖଲ ତାରିଖ ଯଦିଓ ଘୋଷଣା କରାଯାଇ ନାହିଁ, ବିଜେିଡି ଆସନ୍ତାକାଲି ନୂଆପଡ଼ାରେ ଏକ ବିଶାଳ ଶୋଭାଯାତ୍ରାର ଆୟୋଜନ କରିବାକୁ ଯାଉଛି । ଏହି ନିର୍ବାଚନରେ ବିଜୟୀ ହେବା ପାଇଁ ତିନି ଦଳ ନିଜନିଜ ହିସାବରେ ଦକ୍ଷ ପ୍ରାର୍ଥୀ ପଡ଼ିଆକୁ ଓହ୍ଲାଇଛନ୍ତି । ତେବେ ନୂଆପଡ଼ାବାସୀ କାହାର ଉପରେ ଭରସା କରିବେ ତାହା ସମୟ କହିବ । ସ୍ୱର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଗତକାଲି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଥିଲେ ।ବିଜେପି ଆଜି ତାଙ୍କୁ ଉପନିର୍ବାଚନ ପାଇଁ ଟିକେଟ୍ ଦେଇଛି । ଟିକେଟ୍ ହାତେଇବା ପୂର୍ବରୁ ଶ୍ରୀ ଢୋଲକିଆ ମଧ୍ୟ ତାଙ୍କ ଲୋକସମ୍ପର୍କ ଅଭିଯାନକୁ ଜୋରଦାର କରିଛନ୍ତି । ବାପା ରାଜେନ୍ଦ୍ରଙ୍କ ସମୟରେ ହୋଇଥିବା ପ୍ରମୁଖ କାର୍ଯ୍ୟଗୁଡ଼ିକ ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହ ସମର୍ଥନ ହାସଲ ପାଇଁ ଚେଷ୍ଟା କରୁଛନ୍ତି । ସ୍ନେହାଙ୍ଗିନୀ ଛୁରିଆ ଶିକ୍ଷକତାରୁ ରାଜନୀତିକୁ ଆସିଥିଲେ । ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ । ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ । ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକ ହାସଲ କରିଛନ୍ତି ।ଆଡଗାଁ ବାଳିକା ବିଦ୍ୟାଳୟରେ ୧୯୯୫ରେ ଶିକ୍ଷକତା ଆରମ୍ଭ କରିଥିଲେ । ୧୯୯୭ରେ ଚାକିରି ଛାଡ଼ି ରାଜନୀତିକୁ ଆସିଲେ । ପ୍ରଥମ ଥର ପଞ୍ଚାୟତ ନିର୍ବାଚନରେ କ୍ୟାରିୟର ଆରମ୍ଭ କଲେ । ତଲମେଣ୍ଡା ପଞ୍ଚାୟତରୁ ସମିତିସଭ୍ୟ ଭାବେ ଜିତିଲେ । ଜିତିବା ପରେ ଭେଡେନ୍ ବ୍ଲକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ । ସ୍ନେହାଙ୍ଗିନୀ ଛୁରିଆ ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀରୁ ୨୦୧୪ ଓ ୨୦୧୯ରେ ବିଜୟୀ ହୋଇଥିଲେ । ୨୦୨୪ ନିର୍ବାଚନରେ ୭୦,୫୭୭ ଭୋଟ୍‌ ? ପାଇଥିଲେ ।ସେ ୨୮,୯୧୦ ଭୋଟ୍‌ରେ ପରାସ୍ତ ହୋଇଥିଲେ । କଂଗ୍ରେସ ପ୍ରାର୍ଥୀ ନିହାର ମହାନନ୍ଦଙ୍କ ଠାରୁ ହାରିଥିଲେ । ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟ୍ ଗ୍ରହଣ କରାଯିବ । ଏହାକୁ ନେଇ ବିଜେପି, ବିଜେଡି ଓ କଂଗ୍ରେସ ଶିବିର ଚଳଚଞ୍ଚଳ ହୋଇଯାଇଛି । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ୱାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ ।

Exit mobile version