ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଠାରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଓ ଏକତା ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ପ୍ରସ୍ତୁତି ବୈଠକରେ ଆସନ୍ତା ନଭେମ୍ବର ୭ ତାରିଖ ଦିନ ସକାଳ ୬:୩୦ ଘଟିକା ସମୟରେ ବିଏନ.ପେଲେସ୍ ଠାରେ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । 

