ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବାତ୍ୟା ଆନ୍ଧ୍ରପ୍ରଦେଶର ମଛଲିପାଟ୍ଟନମ୍ ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଥିବାରୁ, ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ତୀବ୍ର ପବନର ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲ୍ଲାକୁ ରେଡ୍ ଜୋନ ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରିଛନ୍ତି । ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ଗୁଡ଼ିକୁ ଅକ୍ଟୋବର ୨୭ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।
