ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) :- ସମ୍ଭାବ୍ୟ ବାତ୍ୟା ମୋନ୍ଥାର ପ୍ରଭାବରେ ଗଜପତି ଜିଲ୍ଲାରେ ପଡିବାର ସୂଚନା ପାଣିପାଗ ବିଭାଗରୁ ମିଳିଛି. ଏଥିରେ ଅତ୍ୟଧିକ ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ପର୍ଯ୍ୟଟନ ସ୍ଥଳ, ଜଳପ୍ରପାତ, ମହେନ୍ଦ୍ରଗିରି ଏବଂ ବୃନ୍ଦାବନ ପ୍ୟାଲେସ୍କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଛି । ଗଜପତି ଜିଲ୍ଲାପାଳ ମଧୁସ୍ମିତା ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ବ୍ଳକ୍ ଉନ୍ନୟନ ଅଧିକାରୀ ଓ ଆରକ୍ଷୀ ଅଧୀକ୍ଷକ ଓ ବନଖଣ୍ଡ ଅଧିକାରୀଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅବଗତ କରାଯାଇଛି ।
