ନୂଆଦିଲ୍ଲୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପର୍ବ ଓ ବୋଇତ ବନ୍ଦାଣ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି । ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଙ୍ଘ ଦ୍ୱାରା ଆୟୋଜିତ ଏହି ମହୋତ୍ସବରେ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ କ୍ଷେତ୍ରର ଶତାଧିକ ଓଡ଼ିଆ ଓ ଅଣଓଡ଼ିଆ ଜନସାଧାରଣ, ସେମାନଙ୍କର ପରିବାର ବର୍ଗ ଓ ବନ୍ଧୁପରିଜନଙ୍କ ସହିତ ସକାଳୁ ଆସି ସାମିଲ ହୋଇଥିବାର ଦେଖା ଯାଇଥିଲା ।

