ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର
ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ଚଳିତ ମାସ ୧୧ତାରିଖ ମଙ୍ଗଳବାର ଦିନ ପୂର୍ବାହ୍ନ ଘ.୧୦.୩୦ ମି.ସମୟରେ ଅନୁଷ୍ଠାନ ପରିସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପାଳିତ ହେବ । ଉକ୍ତ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ, ଭୂବନେଶ୍ଵର ର ଅଧ୍ୟକ୍ଷା ଶ୍ରୀମତୀ ବବିତା ପାତ୍ର, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଉପ ଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ,
ଭୁବନେଶ୍ଵରରୁ ପ୍ରକାଶିତ ଦୈନିକ ଖବରକାଗଜ “ପ୍ରଗତିବାଦୀ” ର କାର୍ଯ୍ୟନିର୍ବାହୀ ସମ୍ପାଦକ ବିରୁପାକ୍ଷ ତ୍ରିପାଠୀ, କନ୍ଧମାଳ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ, ଶ୍ରୀମତୀ ରଶ୍ମିତା କରନ୍ , ମୁଖ୍ୟବକ୍ତା ଭାବେ ଘୁ. ଉଦୟଗିରି ସ୍ଥିତ କଳିଙ୍ଗ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ପ୍ରାଧ୍ୟାପକ ନିରଞ୍ଜନ ପାଣ୍ଡିଆ ପ୍ରମୁଖ ଯୋଗଦାନ ପୂର୍ବକ ଆତିଥ୍ୟ ଗ୍ରହଣ କରିବା ପାଇଁ ସଦୟ ସ୍ବୀକୃତି ପ୍ରଦାନ କରିଛନ୍ତି। ଏଣୁ ଏହି ଅବସରରେ ସମିତି ପରିସରରେ ବୈତାଳିକ ପ୍ରାର୍ଥନା, ବୈତାଳିକ ଓ ସ୍ମୃତି ପୀଠରେ ଶ୍ରଦ୍ଧାଞ୍ଜଳି ଅର୍ପଣ, ଆଜ୍ଞାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପରେ ପରେ ଏକ ସାଧାରଣ ସଭା ଏବଂ ରାଜ୍ୟ ସ୍ତରୀୟ ସମ୍ମାନିତ ପ୍ରତିଭା ଉତ୍ସବ କାର୍ଯ୍ୟକ୍ରମ ଆୟୋଜନ ହେବ,
