ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ବର୍ଗତ ବିଶ୍ବନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି l
ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ୧୩୬ ବିଏସଏଫ ର କାମାଣ୍ଡେଣ୍ଡ ମାନସ ରଞ୍ଜନ ପଣ୍ଡା ଓ ସମ୍ମାନିତ ଅତିଥି ଭାବେ ଡେପୁଟି କାମାଣ୍ଡେଣ୍ଡ କମଳ ଲୋଚନ ଦାସ ଯୋଗ ଦେଇ ବିଶ୍ଵନାଥ ଆଜ୍ଞା ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ଜଳନ କରି ଶିବିର ଟିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l
