ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମାର୍ଗଶୀର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ୱାରା ମହାସ୍ନାନ ନୀତି ହୋଇଥିଲା । ପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂଆଲୁଗା ଲାଗି କରାଇଥିଲେ । ପୂଜାପଣ୍ଡା ,ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥିଲେ । ଏହାପରେ ପୁଷ୍ପାଳକ ସେବକମାନେ ଠାକୁରମାନଙ୍କୁ ବଡ଼ ଠାକୁର ବଳଭଦ୍ର,
