Home ଓଡ଼ିଶା ଗୁମ୍ମା ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ by Proprietor Abhimanyu Maharana 11 months ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି.ପ୍ର :- ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୁଲ୍ୟରେ ଗଜପତି ଜିଲ୍ଲାର ଗୁମ୍ମା ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଗୁମ୍ମା ପଞ୍ଚାୟତ ସମିତି ପରିସରରେ ଅନୁଷ୍ଠିତ ହୋଇ ଯାଇଛି। ଆଜିର ମେଳାରେ ମତ୍ସ୍ୟ, ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ବିଭାଗର ପ୍ରଦର୍ଶନୀ ସହିତ ଚାଷୀ ବିଶେଷଜ୍ଞ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଛି। ସଚେତନତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ କରାଯାଇଥିଲା । ସଫଳ ମତ୍ସ୍ୟ ଚାଷୀ ମାନଙ୍କୁ ସରକାରଙ୍କ ପକ୍ଷରୁ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦୂଲେରାମ ମାରାଣ୍ଡି ସଭାପତି ଭାବରେ ଦାୟିତ୍ଵ ତୁଲାଇଥଲେ।ମୁଖ୍ୟ ଅତିଥି ଭାବେ ପାରଳାଖେମୁଣ୍ଡି ବିଧାୟକ ଇଂ ରୁପେଶ କୁମାର ପାଣିଗ୍ରାହୀ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ସାଂସଦ ପ୍ରତିନିଧି ଏସ ସେଶଗିରୀ, ବ୍ଲକ୍ ଅଧ୍ୟକ୍ଷା ସୁନେମି ମଣ୍ଡଳ, ଜିଲ୍ଲା ପରିଷଦ ସଦସ୍ୟା ରେଣୁକା ପାତ୍ର, ସନ୍ଧ୍ୟା ଶବର, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡଃ ତୁଷାରେନ୍ଦୁ ନାୟକ, ଜିଲ୍ଲା ମତ୍ସ୍ୟ ଅଧିକାରୀ ନିରୋଦ ଚନ୍ଦ୍ର ନାୟକ, ତହସିଲଦାର ଶରତ ଶବର, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡଃ ପାର୍ଥ ପ୍ରତୀମ ପଣ୍ଡା,ଏଲଏସଡିଏ ଅଧିକାରୀ ଆକାଶ କୁମାର ଦିଗାଲ ପ୍ରମୁଖ ଉପସ୍ଥିତ ଥିଲେ। Categories: ଓଡ଼ିଶା, ଗଜପତି, ହୋମ୍ Related Content ମାକରଚୁଆଁ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ by Proprietor Abhimanyu Maharana October 14, 2026 ହିଆଁଲ କ୍ଳଷ୍ଟର ସ୍ତରୀୟ ସୁରଭି ଉଦଯାପିତ by Proprietor Abhimanyu Maharana October 14, 2026 ଭୁବନେଶ୍ୱରରେ ଡ ନୃସିଂହାନନ୍ଦ ମହାପାତ୍ରଙ୍କ ପୁସ୍ତକ ଉନ୍ମୋଚନ ଓ ସମ୍ବର୍ଦ୍ଧନା by Proprietor Abhimanyu Maharana October 14, 2026 ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ by Proprietor Abhimanyu Maharana October 14, 2026 ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା by Proprietor Abhimanyu Maharana October 14, 2026 ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ by Proprietor Abhimanyu Maharana October 14, 2026