ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବ୍ଲକର ୧୪୯ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ରହିଥିବା ବେଳେ ବିଭିନ୍ନ ବିଦ୍ୟାଳୟ ରୁ ଛାତ୍ର ଛାତ୍ରୀ ୯୫ ଟି ପ୍ରକଳ୍ପ ପ୍ରଦର୍ଶୀତ କରିଥିଲେ। ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ପ୍ରଦର୍ଶିତ ନିମିତ୍ତ ଆସିଥିବା ସମସ୍ତ ପ୍ରକଳ୍ପ କୁ ବିଚାରକ ଭାବେ ନାଗାର୍ଜୁନ ପ୍ରଧାନ ଏବଂ ଶ୍ୟାମ ସୁନ୍ଦର ସାହୁ ପରିଦର୍ଶନ କରିଥିଲେ ।
