ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଏକତା ପଦଯାତ୍ରାରେ ନେଇ ଆଜି ସ୍ପୋର୍ଟସ କମ୍ପ୍ଲେକ୍ସ ଠାରେ ଇନଫ୍ଲୁଏନ୍ସର ମାନଙ୍କର ଏକ ସମ୍ୱର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ ଯୋଗ ଦେଇ ଥିବା ବେଳେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ମୁନା ତୁରୁକ୍ ଓ ଡିଇଜିଏମ୍ ଶୁଭାଶିଷ ପଟ୍ଟନାୟକ ଉପସ୍ଥିତ ଥିଲେ ।
