ବାଙ୍କୀ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ବାଙ୍କୀ ସ୍ୱୟଂଶାସିତ ମହାବିଦ୍ୟାଳୟ ସେଲ୍ଫ ଫାଇନାନ୍ସ ବିଭାଗ ତରଫରୁ ପ୍ରଥମ ବର୍ଷ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି । ଆୟୋଜିତ ଉତ୍ସବରେ ବିଭାଗର ସହକାରୀ ସଂଯୋଜକ ଭୂପତି ଭୂଷଣ ପ୍ରଧାନ ସଭାପତିତ୍ୱ କରିବା ସହିତ ଅତିଥିମାନଙ୍କର ପରିଚୟ ପ୍ରଦାନ କରିଥିଲେ ।
ମୁଖ୍ୟଅତିଥି ଭାବେ ଉପାଧ୍ୟକ୍ଷା ପ୍ରାଧ୍ୟାପିକା ଗାୟତ୍ରୀ ନାୟକ ଯୋଗଦାନ କରି ନୂତନ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ଭଲ ପାଠ ପଢ଼ି କଲେଜର ସୁନାମ ରଖିବା ପାଇଁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ପ୍ରଶାସନିକ ଅଧିକାରୀ ଡକ୍ଟର ଶୈଳେନ୍ଦ୍ର ଚନ୍ଦ୍ର ଦେଓ, ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର,
