
କୋରାଇ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ଓଡ଼ିଆ ସମ୍ମାନ ବିଭାଗ ପକ୍ଷରୁ ମୁଖ୍ୟ ଅଧ୍ୟାପିକା ସୁମିତ୍ରା ରାଉତଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଡ଼ିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରତ୍ନାକର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାକୁ ପୁରାତନ ଛାତ୍ରୀ ଅଧ୍ୟାପିକା ସୁଶ୍ରୀ ସଙ୍ଗୀତା ମହାପାତ୍ର ସଂଚାଳନା କରିଥିଲେ ।

