ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଙ୍କ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବରେ କବି ସମ୍ମିଳନୀ ଆୟୋଜନ କରାଯିବ । ଏଥି ନିମନ୍ତେ ଆଜି ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ୍ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ସାରସ୍ୱତ ସାଧକ ମାନଙ୍କୁ ଏଥିରେ ଭାଗ ନେବା ପାଇଁ ଆମନ୍ତ୍ରଣ କରାଯାଇଛି । ବୈଠକର ନିଷ୍ପତ୍ତି ଅନୁଯାୟୀ ୮ ଡିସେମ୍ବର ସୁଦ୍ଧା ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଠାରେ ଇଚ୍ଛୁକ କବି ନିଜ ନାମ ପଞ୍ଜିକରଣ କରାଇ ନେବେ ।
