କଳାହାଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) କଳାହାଣ୍ଡି :- କଳାହାଣ୍ଡି ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ତଥା ଯୁବକବି ହେମସାଗର ମହାନନ୍ଦଙ୍କ ଇଂରାଜୀ କବିତା ସଂକଳନ ‘ଲେସନ୍ସ ଫର ଲାଇଫ ପୋଏମ୍ସ ଫର ଏଭ୍ରି ଷ୍ଟେଜ ଅଫ ଲର୍ଣ୍ଣିଂ’ ଭବାନୀପାଟଣା ସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଆନୁଷ୍ଠାନିକ ଭାବେ ଉନ୍ମୋଚିତ ହୋଇଯାଇଛି । ୬୯ତମ ରାଜ୍ୟସ୍ତରୀୟ ୧୭ ବର୍ଷରୁ କମ୍ ବାଳିକା ଫୁଟବଲ୍ ପ୍ରତିଯୋଗିତାର ଉଦଘାଟନୀ ଉତ୍ସବରେ ଏହି ପୁସ୍ତକ ଉନ୍ମୋଚନ କରାଯାଇଥିଲା ।
