Home ଓଡ଼ିଶା ନେହେରୁ ସେବା ସଂଘ ରେ ବିଶ୍ଵ ଭିନ୍ନକ୍ଷମ ଦିବସ by Proprietor Abhimanyu Maharana 7 months ago Share on FacebookShare on TwitterWhatsapp ବାଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ବାଣପୁର ସ୍ଥିତ ନେହେରୁ ସେବା ସଂଘ ର କନକ ଭବନ ପରିସରରେ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ସଂଘ ର ଉପାଧ୍ୟକ୍ଷ ତଥା ବାଲୁଗାଁ ମହାବିଦ୍ୟାଳୟ ର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ବିଜୟ କୁମାର ନନ୍ଦ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ଭାବେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ମିଟୁ ନାୟକ, ମୁଖ୍ୟ ବକ୍ତା ଭାବେ ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଝରଣା ରାଣୀ ଓଝା, ସମ୍ମାନିତ ଅତିଥି ଭାବେ ନେହେରୁ ସେବା ସଂଘ ର କୋଷାଧ୍ୟକ୍ଷ ଓମ୍ ପ୍ରକାଶ ଅଗ୍ରୱାଲ, ପ୍ରାକ୍ତନ ପ୍ରଧାନ ଶିକ୍ଷକ ଭିକାରୀ ଚରଣ ପ୍ରଧାନ ପ୍ରମୁଖ ଯୋଗ ଦେଇ ବିଶ୍ଵ ଭିନ୍ନକ୍ଷମ ଦିବସ ର ତାତ୍ପର୍ଯ୍ୟ ଓ ଭିନ୍ନକ୍ଷମ ଙ୍କ ଅଧିକାର ଉପରେ ଆଲୋକପାତ କରିବା ସହ ବିଶ୍ୱର ବିସ୍ମୟ କର ଭିନ୍ନକ୍ଷମ ପ୍ରତିଭା ଙ୍କ ଦ୍ରୃଢ ବ୍ୟକ୍ତିତ୍ଵ ଉପରେ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ । ପ୍ରାରମ୍ଭରେ ଅନୁଷ୍ଠାନ ର ପ୍ରକଳ୍ପ ସଂଯୋଜକ ପ୍ରଦୀପ କୁମାର ଦାସ କାର୍ଯ୍ୟକ୍ରମ ର ଆଭିମୁଖ୍ୟ ପ୍ରଦାନ କରିବା ସହ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ଅନୁଷ୍ଠାନ ର ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । Categories: ଓଡ଼ିଶା, ଖୋର୍ଦ୍ଧା, ହୋମ୍ Related Content ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana June 18, 2026 କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ by Proprietor Abhimanyu Maharana June 18, 2026 ଆନ୍ଧ୍ର ପ୍ରଦେଶର ଅଳିଆ ଆବର୍ଜନା ପକା ଯାଉଛି ଓଡ଼ିଶାରେ, ଏଇ ବିଷୟ ନେଇ ଜିଲ୍ଲାପାଳ ଙ୍କୁ ଅବଗତ କଲେ ବିଧାୟକ by Proprietor Abhimanyu Maharana June 18, 2026 ପାରଳାଖେମୁଣ୍ଡି ଉପକଣ୍ଠ ରେ ଥିବା ରାମସାଗର ର ଉନ୍ନତି ପାଇଁ ବିଭାଗୀୟ ଅଧିକାରୀ ଉପସ୍ଥିତି ରେ ସମୀକ୍ଷା କଲେ ବିଧାୟକ by Proprietor Abhimanyu Maharana June 18, 2026 ୭୮ ଦିନର ଅବିରତ ପଦଯାତ୍ରା ଭିଆଇପି ଦର୍ଶନ ପ୍ରୋଟୋକଲ ଦର୍ଶନ ଓ ଟଙ୍କା ଦେଇ ଦର୍ଶନ ବନ୍ଦ କର ପୁରୀବାସୀଙ୍କ ପାଇଁ ଗୋଟିଏ ଦ୍ବାର ଖୋଲ by Proprietor Abhimanyu Maharana June 18, 2026 ଜିଲ୍ଲାସ୍ତରୀୟ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ by Proprietor Abhimanyu Maharana June 18, 2026