ଓଲଟପୁର ନିର୍ତାରରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ-୨୦୨୫ ପାଳିତ

କଟକ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରାଳୟ ଅଧୀନସ୍ଥ କଟକ ଜିଲ୍ଲା ଓଲଟପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ ସଂସ୍ଥାନ ପ୍ରତ୍ୟେକ ବର୍ଷ ପରି ଏହି ବର୍ଷ ମଧ୍ୟ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅନୁଷ୍ଠାନ ପରିସରରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ନିର୍ଦ୍ଦେଶକ ଡାକ୍ତର ପତିତପାବନ ମହାନ୍ତିଙ୍କ ପୌରହିତ୍ୟିରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କ୍ୟାପିଟାଲ ହସ୍ପିଟାଲର ପ୍ରାକ୍ତନ ନିର୍ଦ୍ଦେଶକ ଡାକ୍ତର ଚିତ୍ତରଞ୍ଜନ ଦାଶ ଶ୍ରୀ ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତିଙ୍କ ନିକଟେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ 

ଏବଂ ଭିନ୍ନକ୍ଷମ ମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ସହ ସେମାନଙ୍କୁ ସମ୍ବିଧାନ ପ୍ରଦତ୍ତ ଆତ୍ମସମ୍ମାନ ସହ ବଞ୍ଚିବାର ଅଧିକାର ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ। ବୈଷୟିକ ଉପନିର୍ଦ୍ଦେଶକ ଡାକ୍ତର କିଶୋର ଚନ୍ଦ୍ର ମହାପାତ୍ର ସ୍ୱାଗତ ଅଭିଭାଷଣ ପ୍ରଦାନ କରିବା ସହ ନିର୍ଦ୍ଦେଶକ ଡାକ୍ତର ମହାନ୍ତି ଅନୁଷ୍ଠାନର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟକ୍ରମ ଉପରେ ଉପସ୍ଥିତ ଦିବ୍ୟାଙ୍ଗ ଭାଇ ଭଉଣୀ ମାନଙ୍କୁ ଉଦବୋଧନ ଦେଇଥିଲେ ।

ଅନୁଷ୍ଠାନ ପକ୍ଷରୁ ହୋଇଥିବା ବିଭିନ୍ନ କ୍ରୀଡାରେ କୃତିତ୍ୱ ଅର୍ଜନ କରିଥିବା ଦିବ୍ୟାଙ୍ଗ ଭାଇଭଉଣୀମାନଙ୍କୁ ପୁରସ୍କାର ପ୍ରଦାନ କରାଯିବା ସହିତ ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା । ଜାତୀୟ ଦିବ୍ୟାଙ୍ଗ କ୍ରୀଡା ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ପାଇଥିବା ଶ୍ରୀ ଲିଟନ୍ ସାହୁ, ଶ୍ରୀ ବଳରାମ ସ୍ବାଇଁ ଏବଂ ଶ୍ରୀ ବିକାଶ ବରାଳଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉପନିର୍ଦ୍ଦେଶକ ଇଂ ସତ୍ୟଜିତ ପଟ୍ଟନାୟକ ଧନ୍ୟବାଦ ପ୍ରଦାନ କରିବାସହ ଅନୁଷ୍ଠାନର କର୍ମଚାରୀ ଏବଂ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Exit mobile version