Home ଓଡ଼ିଶା ସାପ୍ତାହିତ ଖବରକାଗଜ ‘ନୟାଗଡ଼ ଭଏସ୍’ ଉନ୍ମୋଚିତ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ନୟାଗଡ଼ ଜିଲ୍ଲାରୁ ପ୍ରକାଶିତ ହେଲା ନୂତନ ସାପ୍ତାହିକ ଖବର କାଗଜ ‘ନୟାଗଡ଼ ଭଏସ୍’ । ନୟାଗଡ଼ ଖଣ୍ଡପଡ଼ା ରୋଡ଼ ସ୍ଥିତ ବରିଷ୍ଠ ନାଗରିକ ଗୋଷ୍ଠୀ କେନ୍ଦ୍ର ଠାରେ ଆଜି ଏହାର ପ୍ରଥମ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ ଓ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା ସଭାପତି ତଥା ବରିଷ୍ଠ ସାମ୍ବାଦିକ ଶ୍ରୀକାନ୍ତ କୁମାର ଖଟେଇ ଯୋଗ ଦେଇଥିଲେ । ଅତିଥି ମାନେ ନୟାଗଡ଼ ଭଏସ୍ ଗୋଟିଏ ସ୍ଥାନୀୟ ଖବର କାଗଜ ଭାବେ ଲୋକଙ୍କ ଆଶା ଆକାଂକ୍ଷା କୁ ନଜର ରେ ରଖି ଖବର ପରିବେଷଣ କରିବା ପାଇଁ ପରାମର୍ଶ ଦେଇଥିଲେ ଏବେ ଏହାର ଦୀର୍ଘଜୀବନ କାମନା କରିଥିଲେ । ବିଧାୟକ ଡ଼ ସାହୁ କହିଥିଲେ ନୟାଗଡ଼ ଭଏସ୍ ଲୋକଙ୍କ ସ୍ୱର ହୋଇ କାର୍ଯ୍ୟ କରୁ ଏବଂ ଏହା ଉଭୟ ଡିଜିଟାଲ ଏବଂ ପ୍ରିଣ୍ଟ ମାଧ୍ୟମରେ ଖବର ପ୍ରକାଶ କରି ନିଜର ସ୍ଥିତି ମଜଭୁତ କରୁ । ନୟାଗଡ଼ ଭଏସ୍ ସମ୍ପାଦକ ଧିରେନ୍ଦ୍ର ପଟ୍ଟନାୟକ ଙ୍କ ସଭାପତିତ୍ବରେ ଆୟୋଜିତ ଆଜିର ଉନ୍ମୋଚନ ଉତ୍ସବକୁ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ ସଂଯୋଜନା କରିଥିଲେ। ଆଜିର କାର୍ଯ୍ୟକ୍ରମ ରେ ନୟାଗଡ଼ ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ର, ନୟାଗଡ଼ ପରମ୍ପରା ର ସଂପାଦକ ନିର୍ମଳ ଚନ୍ଦ୍ର ଶୁରଦେଓ, ନୟାଗଡ଼ ର ଯୁବ ନେତା ସନ୍ତୋଷ ପ୍ରଧାନ, ରୋଟାରୀ କ୍ଲବ ସଂପାଦକ ଅବିନାଶ ସାହୁ, ନୟାଗଡ଼ କ୍ଲବ୍ ସଂପାଦକ ଶ୍ରୀଧର ସାହୁ, ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ୍ ର ନୟାଗଡ଼ ଜିଲ୍ଲା ସଂପାଦକ ସନ୍ତୋଷ କୁମାର ନାୟକଙ୍କ ସମେତ ବହୁସଂଖ୍ୟକ ବରିଷ୍ଠ ନାଗରିକ, ସାମ୍ବାଦିକ, ରୋଟାରିଆନ, ସିଭିଲ ସୋସାଇଟିର ସଦସ୍ୟ ଏବଂ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ । ଆଜିର କାର୍ଯ୍ୟକ୍ରମ ପରିଚାଳନା ରେ ସୁଶାନ୍ତ ପାଇକରାୟ, ପ୍ରଦୀପ ବରାଡ଼, ସୈ।ମ୍ୟ ରଞ୍ଜନ ରଥ, ସୁଜିତ୍ ବାରିକ୍ ପ୍ରମୁଖ ସହଯୋଗ କରିଥିଲେ । ପରିଶେଷରେ କବି ତଥା ଅନୁବାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଅଗଷ୍ଟ ମାସର ସାରସ୍ୱତ ଆସର ଅବସରରେ ଦେଶାତ୍ମବୋଧକ କବିତା ପାଠ by Proprietor Abhimanyu Maharana August 22, 2026 ବୃଦ୍ଧାଶ୍ରମରେ ବରିଷ୍ଠ ନାଗରିକ ଦିବସ ପାଳିତ by Proprietor Abhimanyu Maharana August 22, 2026 ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ରୋଟାରୀ କ୍ଲବ୍ ପକ୍ଷରୁ ୱାଟର ପ୍ୟୁରିଫାୟର ପ୍ରଦାନ by Proprietor Abhimanyu Maharana August 22, 2026 ୫ ମ ବାର୍ଷିକ ଗୁରୁ ସାକ୍ଷାତ ପରଂବ୍ରହ୍ମ, ଗୁରୁ ପୂଜନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana August 22, 2026 ଜିଲ୍ଲା ଏସ୍ପି ଓ ରେଞ୍ଜ ଆଇଜି ଏବଂ ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍ଫରେନ୍ସିଂ ବୈଠକ by Proprietor Abhimanyu Maharana August 22, 2026 ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର by Proprietor Abhimanyu Maharana August 22, 2026