ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- ଭାରସାମ୍ୟ ହରାଇ ରାସ୍ତା କଡ଼ ଗଛରେ ପିଟି ହେଲା ବାଇକ୍ । ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବିରାଗୁଡ଼ା ଗ୍ରାମ ନିକଟରେ ।

