ବାଲିଗୁଡା଼ (ଓଡ଼ିଶା ତାଜା ନ୍ୟୁଜ୍) (ନି.ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟି କରଣ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା । ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ ଅଧିକାରୀ ଅକ୍ଷୟ କୁମାର ପଣ୍ଡା, ଜିଲ୍ଲା ଭିନ୍ନକ୍ଷମ କଲ୍ୟାଣ ଅଧିକାରୀ ପି. ପଦ୍ମା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ମମିତା କୁମାରୀ ପ୍ରଧାନ ପ୍ରମୁଖ ମଞ୍ଚାସୀନ ଥିଲେ ।
