ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) :- ନୟାଗଡ଼ ହାଉସିଂବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ବାର୍ଷିକ ମାତ୍ରୁ ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ଅତିଥିଭାବେ ଅବସରପ୍ରାପ୍ତ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ଓ ସମାଜସେବୀ ସରସୀବାଳା ଦାସ ଯୋଗଦେଇ ଶିଶୁର ପ୍ରଗତିରେ ମାଆର ଭୂମିକା ବିଷୟରେ ଆଲୋଚନା କରିଥିଲେ ।

