ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) :- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର ହନେନାଗା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଗୁଲୁବା ଗ୍ରାମ ପଞ୍ଚାୟତ ସମେତ ଡେଙ୍ଗାସ୍ଖଳ,ବିରିକୋଟ ଓ ମାଣ୍ଡିମେରା ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୪୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା ।
