ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) :- ବଡଦିନ ଓ ନୂଆ ବର୍ଷ ରେ କେବଳ ସିଂହଦ୍ବାର ଦେଇ ଭକ୍ତ ଓ ଶ୍ରଦ୍ଧାଳୁ ମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ । ପଞ୍ଚୁକ ସମୟରେ ଏହି ବ୍ୟବସ୍ଥା ଅନୁସାରେ ଶ୍ରଦ୍ଧାଳୁ ମାନେ ଶୃଙ୍ଖଳିତ ଭାବେ ଦର୍ଶନ କରିଥିଲେ । ତେଣୁ ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କ ସୁବିଧା ପାଇଁ ଏହା କରାଯିବ ବୋଲି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ସୂଚନା ଦେଇଛନ୍ତି । ଅପରାହ୍ନରେ ସର୍କିଟ ହାଉସ ଠାରେ ଆଗାମୀ ବଡଦିନ ଓ ନୂଆ ବର୍ଷ ସମୟରେ ଶୃଙ୍ଖଳିତ ଦର୍ଶନ ଓ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।
