ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଆସନ୍ତା ଜାନୁୟାରୀ ୨୫ ତାରିଖରେ ଚନ୍ଦ୍ରଭାଗା ତୀର୍ଥରେ ପବିତ୍ର ମାଘ ସପ୍ତମୀ ବୁଡ଼ । ଏଥି ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ବୁଧବାର ଅପରାହ୍ନରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିବା ସହ ଚନ୍ଦ୍ରଭାଗା ମାଘ ସପ୍ତମୀ ବୁଡ ବା ମେଳା ଆଧ୍ୟାତ୍ମିକତା ଓ ପୌରାଣିକ ଦୃଷ୍ଟି କୋଣରୁ ବେଶ୍ ଗୁରୁତ୍ୱପୂର୍ଣ୍ଣ । ଏହାକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା ପାଇଁ ସମସ୍ତ ବିଭାଗ ଉତ୍ତରଦାୟୀ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
