Home ଓଡ଼ିଶା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ସୁଶାସନ ସପ୍ତାହ କର୍ମଶାଳା ଶୁଭାରମ୍ଭ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ର ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ‘ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର କର୍ମଶାଳା କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ ଓସ୍ଵାନ ହଲ କକ୍ଷ ଠାରେ ଶୁଭାରମ୍ଭ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀର ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଭାରମ୍ଭ ହୋଇଯାଉଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ବିଭାଗର ତଥା ଶିକ୍ଷା,ସ୍ୱାସ୍ଥ୍ୟ,ଯୋଗାଯୋଗ ସମେତ ସାଧାରଣ ଜନତାଙ୍କ ଆପତ୍ତି ଅଭିଯୋଗ ଶୁଣାଣି କରି ସମସ୍ତ ଆଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ଆଲୋଚନା ହୋଇଥିଲା । ଏହି ‘ସୁଶାସନ ସପ୍ତାହ ପ୍ରଶାସନ ଗାଁ କି ଓର’ କର୍ମଶାଳା କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ଆଜି ତା.୧୯ ଡିସେମ୍ବର ଠାରୁ ୨୫ ଡିସେମ୍ବର ପର୍ଯ୍ୟନ୍ତ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲୁରହିବ। ଏହି ଅବସରରେ ଗଜପତି ଜିଲ୍ଲାରେ ମଧ୍ୟ ଗ୍ରାମପଞ୍ଚାୟତ ଠାରୁ ଆରମ୍ଭ କରି ଜିଲ୍ଲାସ୍ତରୀୟ ପର୍ଯ୍ୟନ୍ତ ଜନସାଧାରଣ ଅଭିଯୋଗ ଶୁଣାଣି କରି ସମାଧାନ କରିବା ପାଇଁ ଜିଲ୍ଲା ପ୍ରଶାସନ କାର୍ଯ୍ୟ କରୁଅଛି । ଏହି ପରି ପେକ୍ଷୀ ରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡ଼ିକୁ ଚିହ୍ନଟ କରି ତୁରନ୍ତ ସମାଧାନ କରିବା ସହ ଜନସେବା ପ୍ରଦାନ କରିବା,ବିଚାରଧୀନ ଜନସାଧାରଣଙ୍କ ଅଭିଯୋଗ ସମାଧାନ, ଅନଲାଇନ୍ ସେବା ପ୍ରଦାନ କରିବା ସୁଶାସନ ସପ୍ତାହ ମୂଳ ଉଦ୍ଦେଶ୍ୟ ଅଟେ । ଆଜିର ଏହି ସୁଶାସନ ସପ୍ତାହ କର୍ମଶାଳା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ମିତାଲି ପାଢ଼ୀ, କାଶ୍ୟପି ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଗଜପତି, ହୋମ୍ Related Content ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ by Proprietor Abhimanyu Maharana September 24, 2026 ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା"ମୋ ପରିବାର" by Proprietor Abhimanyu Maharana September 24, 2026 ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ by Proprietor Abhimanyu Maharana September 24, 2026 ଭୂମି ଅଧିକାର ଓ ବସ୍ତି ଉଛେଦ ବନ୍ଦ କରିବା ଦାବିରେ ମିଳିତ ମଞ୍ଚ ପକ୍ଷରୁ ବିଶାଳ ବିକ୍ଷୋଭ by Proprietor Abhimanyu Maharana September 24, 2026 ଲୋକଙ୍କ ଜୀବନର ସୁରକ୍ଷା ପାଇଁ ସର୍ବୋଚ୍ଚ ସ୍ତରର ପ୍ରସ୍ତୁତି ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶ,୩୩ ଓଡ୍ରାଫ୍ ଟିମ୍ ମୃତୟନ by Proprietor Abhimanyu Maharana September 24, 2026 ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି by Proprietor Abhimanyu Maharana September 24, 2026