Home ଓଡ଼ିଶା ଅଚ୍ୟୁତ ସାମନ୍ତଙ୍କୁ ଜେଇସିଆର୍ସି ବିଶ୍ୱବିଦ୍ୟାଳୟରୁ ୭୦ତମ ସମ୍ମାନସୂଚକ ଡକ୍ଟରେଟ୍ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନର ଜୟପୁରରେ ଥିବା ଜେଇସିଆର୍ସି ବିଶ୍ୱବିଦ୍ୟାଳୟରୁ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ କରାଯାଇଛି । ଜେଇସିଆର୍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୦ ତମ ସମ୍ମାନସୂଚକ ଡକ୍ଟରେଟ୍ । ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ବହୁ ବିଶିଷ୍ଟ ଅତିଥି ଓ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ ଜେଇସିଆର୍ସି ବିଶ୍ୱବିଦ୍ୟାଳୟର ଚେୟାରପର୍ସନ ଓ. ପି ଅଗ୍ରୱାଲ୍ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ଜେଇସିଆର୍ସି ଫାଉଣ୍ଡେସନ୍ ହେଉଛି ଏକ ୨୫ ବର୍ଷର ପୁରୁଣା ଶିକ୍ଷାନୁଷ୍ଠାନ । ଏଥିରେ ୨୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଏବେ ଅଧ୍ୟୟନ କରୁଛନ୍ତି । ଜେଇସିଆର୍ସି ବିଶ୍ୱବିଦ୍ୟାଳୟର ୯ମ ସମାବର୍ତ୍ତନ ଉତ୍ସବ ଅବସରରେ ଶ୍ରୀ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ । ଜେଇସିଆର୍ସି ବିଶ୍ୱବିଦ୍ୟାଳୟର ଶିକ୍ଷା ପରିଷଦ ଏବଂ ପରିଚାଳନା ବୋର୍ଡ ସମ୍ମାନସୂଚକ ଡକ୍ଟରେଟ୍ ପ୍ରଦାନ ପାଇଁ ଶ୍ରୀ ସାମନ୍ତଙ୍କ ନାମ ସୁପାରିଶ କରିଥିଲେ ଏବଂ ସର୍ବସମ୍ମତି କ୍ରମେ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହି ସମ୍ମାନ ପାଇଁ ଶ୍ରୀ ସାମନ୍ତ ଜେଇସିଆର୍ସି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କୃତଜ୍ଞତା ଜଣାଇବା ସହ କହିଲେ, ବିଗତ ୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଶିକ୍ଷା ଓ ସମାଜସେବା କ୍ଷେତ୍ରରେ ସେ ନିରନ୍ତର କାମ କରିଆସୁଛନ୍ତି । ଏହି ସମ୍ମାନ ଶିକ୍ଷା ଓ ସମାଜସେବା କ୍ଷେତ୍ରରେ କାମ କରିବାକୁ ଆହୁରି ପ୍ରେରଣା ଯୋଗାଇବ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍ Related Content ଓଡ଼ିଶା ଫଟୋଗ୍ରାଫର ମହାସଂଘ ପକ୍ଷରୁ ଫଟୋ ଓ ଭିଡିଓ ବାଣିଜ୍ୟ ମେଳାରେ କନ୍ଧମାଳର ଦୁଇ ପ୍ରତିଭାଙ୍କୁ ସମ୍ମାନ by Proprietor Abhimanyu Maharana September 29, 2026 କ୍ରୀଡ଼ା ପ୍ରତିଭାକୁ ସମ୍ମାନ, ବାଲିଗୁଡ଼ା କ୍ରୀଡ଼ା ସଂଘର ନିଆରା ପଦକ୍ଷେପ : ପ୍ରତିଯୋଗୀ ଙ୍କୁ ସମ୍ମାନିତ by Proprietor Abhimanyu Maharana September 29, 2026 ଶତାୟୁ ଜଳଧର ଙ୍କ ସ୍ମୃତି ଚାରଣ ଓ ସ୍ମରଣିକା ଉନ୍ମୋଚନ by Proprietor Abhimanyu Maharana September 29, 2026 ପୁରୀ ଜିଲା କଂଗ୍ରେସ ପକ୍ଷରୁ ମୁଖ୍ଯ ନିର୍ବାଚନ କମିଶନରଙ୍କ କୁଶପୁତ୍ତଳିକା ଦାହ ଓ ବିକ୍ଷୋଭ by Proprietor Abhimanyu Maharana September 29, 2026 ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା by Proprietor Abhimanyu Maharana September 29, 2026 ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ by Proprietor Abhimanyu Maharana September 28, 2026