ବଡ଼କୁମାରୀ ପଞ୍ଚାୟତରେ ଜନ ଅଭିଯୋଗ ଶୁଣାଣୀ ଶିବିର ଉଦଘାଟିତ

ଜନ ସେବା,ସମାଧlନ ଓ ସଚେତନତା ବ୍ଲକ ପ୍ରଶାସନର କାର୍ଯ୍ୟ

ବୋଲଗଡ  (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଓ ବୋଲଗଡ ବ୍ଲକ ପ୍ରଶାସନ ଆନୁକୂଲ୍ୟରେ ଏବଂ ଖୋର୍ଦ୍ଧା ଜିଲ୍ଲା ପଞ୍ଚାୟତ ଅଫିସର ତଥା ପଲ୍ଲୀ ପ୍ରଶାସନ ସେବା ନୋଡାଲ ଅଫିସର ସାମଳେନ୍ଦୁ ନାୟକଙ୍କ ଆବାହକତ୍ୱରେ ଗ୍ରାମପଞ୍ଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଶିବିର ଓ ଜନ ସେବା କାର୍ଯ୍ୟକ୍ରମ ସୋମବାର ଦିନ ବଡ଼କୁମାରୀ ପଞ୍ଚାୟତ ଅନ୍ତର୍ଗତ ରାଜସୁନାଖଳା ସ୍ଥିତ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ସମ୍ମିଳନୀକକ୍ଷରେ ଅନୁଷ୍ଠିତ ହୋଇଯାଇଅଛି l

ଏହି କlର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଜିଲ୍ଲା ପଞ୍ଚାୟତ ଅଫିସର ତଥା ପଲ୍ଲୀ ପ୍ରଶାସନ ସେବା ନୋଡାଲ ଅଫିସର ସାମଳେନ୍ଦୁ ନାୟକ, ମୁଖ୍ୟବକ୍ତା ଭାବେ ବୋଲଗଡ଼ ଗୋଷ୍ଠୀ ଉର୍ନ୍ନୟନ ଅଧିକlରିଣୀ ସୁମନ ସୁଧା କୁଣ୍ଡୁ, ସ୍ୱତନ୍ତ୍ର ଅତିଥିଭାବେ ବୋଲଗଡ ତହସିଲଦlର ବିଜୟ କୁମାର ସେଠୀ ଓ ସମ୍ମାନିତ ଅତିଥିଭାବେ ବଡ଼କୁମାରୀ ଗ୍ରାମପଞ୍ଚୟତ ସରପଞ୍ଚ ପ୍ରଫୁଲ୍ଲ କୁମାର ପ୍ରଧାନ ଓ ନାଏବ ସରପଞ୍ଚ ପ୍ରତିମା ପରିଡା ପ୍ରମୁଖ ଯୋଗଦେଇ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ଦୀପ ପ୍ରଜ୍ବଳନ କରି ଏହାକୁ ଶୁଭ ଉଦଘାଟନ କରିଥିଲେ l

ଏହି ପଲ୍ଲୀ ପ୍ରଶାସନ ସେବା କାର୍ଯ୍ୟକ୍ରମରେ କୃଷି, ପଞ୍ଚାୟତିରାଜ, ମସ୍ୟ ଓ ପଶୁ ପାଳନ, ଉଦ୍ୟାନ ବିଭାଗ, ସ୍ୱାସ୍ଥ୍ୟ ବିଭାଗ,ବିଦ୍ୟୁତ ବିଭାଗ, ଶିଶୁ କଲ୍ୟାଣ ବିଭାଗ,ରାଜସ୍ୱ ବିଭାଗ, ଜଙ୍ଗଲ ବିଭାଗ ଶିକ୍ଷା ଇତ୍ୟାଦି ବିଭାଗ ଗୁଡିକର କାର୍ଯ୍ୟନିର୍ବାହୀ ଅଧିକାରୀମାନେ( ୧୬୭ )ଜଣ ଲୋକମାନଙ୍କର ଲିଖିତ ଅଭିଯୋଗକୁ ପଞ୍ଜିକୃତ କରିଥିଲେ ଓ (୧୦୬) ଟି ଲିଖିତ ଅଭିଯୋଗକୁ ତୁରନ୍ତ ଆଶୁ ସମାଧାନ କରିଥିଲେ l (୬୧)ଜଣ ଲୋକମାନଙ୍କର ଲିଖିତ ଅଭିଯୋଗ ଗୁଡିକୁ ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ l

ଲୋକମାନେ କିପରି ଶୀଘ୍ର ପ୍ରଶାସନିକ ସେବା ପାଇପାରିବେ ସେଥିପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ବୋଲଗଡ ବ୍ଲକ ପ୍ରଶାସନ ତରଫରୁ ପ୍ରତି ପଞ୍ଚାୟତରେ ପଲ୍ଲୀ ପ୍ରଶାସନ ସେବା କାର୍ଯ୍ୟକ୍ରମ କରାଯାଉଅଛି ବୋଲି ନୋଡାଲ ଅଫିସର ସାମଳେନ୍ଦୁ ନାୟକ ସାମ୍ବାଦିକମାନଙ୍କୁ ସୂଚନା ପ୍ରଦାନ କରିଥିଲେ l ବ୍ଲକ ପଲ୍ଲୀ ପ୍ରଶାସନ ସେବା ମାଧ୍ୟମରେ ଲୋକମାନଙ୍କର ସମସ୍ତ ସମସ୍ୟା ସମାଧାନ ହୋଇପାରିବ ବୋଲି ଖୋର୍ଦ୍ଧା ଜିଲ୍ଲା ବିଜେଡି ଉପସଭାପତି ତଥା ବଡ଼କୁମାରୀ ଗ୍ରାମପଞ୍ଚୟତ ସରପଞ୍ଚ ପ୍ରଫୁଲ୍ଲ ପ୍ରଧାନ ଲୋକମାନଙ୍କୁ ପରାମର୍ଶ ଦେଇଥିଲେ l

ସମସ୍ତ ଜନ ସେବା,ସମାଧାନ ଓ ଜନ ସଚେତନତା କାର୍ଯ୍ୟକ୍ରମରେ ବୋଲଗଡ଼ ତହସିଲଦାର ବିଜୟ କୁମାର ସେଠୀ ଓ ବ୍ଲକ ମୁଖ୍ୟ କିରାଣୀ ଆଲୋକ କୁମାର ଜେନା ପ୍ରମୁଖ ଯୋଗଦେଇ ଲୋକମାନଙ୍କର ସମସ୍ୟା ସମାଧାନ କରିବାରେ ସହଯୋଗ କରିଥିଲେ l ବଡ଼କୁମାରୀ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ରବୀନ୍ଦ୍ର ନାଥ ପରିଡା ସହଯୋଗ କରି ପରିଚାଳନା କରିଥିଲେ l ପରିଶେଷରେ ସରପଞ୍ଚ ପ୍ରଫୁଲ କୁମାର ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

Exit mobile version