ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପୁରୀ ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମିତ୍ତ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ପୂର୍ବାହ୍ନରେ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିବା ସହ ଏହି ଜାତୀୟ ଦିବସକୁ ଆନନ୍ଦ,ଉଲ୍ଲାସ ଓ ଶୃଙ୍ଖଳାର ସହ ପାଳନ କରିବାକୁ ଆହ୍ୱାନ ଦେଇଥିଲେ । ପ୍ରତ୍ୟେକ ବିଭାଗ ସେମାନଙ୍କ ଦାୟିତ୍ବ ସୁଚାରୁରୂପେ ନିର୍ବାହ ପାଇଁ ସେ ପରାମର୍ଶ ଦେଇଥିଲେ।ଏହି ଜାତୀୟ ଦିବସ କୁ ପୁରୀ ବାସୀ ନିଜ ଗୃହରେ ଜାତୀୟ ପତାକା ଉତ୍ତୋଳନ ସହ ଆଲୋକ ମାଳାରେ ଗୃହ କୁ ସଜ୍ଜିତ କରି ପାଳନ କରିବାକୁ ଶ୍ରୀ ବେହେରା ଅନୁରୋଧ କରିଥିଲେ।ପରେ ବିସ୍ତୃତ ଆଲୋଚନା ପରେ ସ୍ଥିର ହେଲା ଯେ ତାଳବଣିଆ ସ୍ଥିତ ସ୍ପୋର୍ଟସ କମ୍ଲେକ୍ସ ଠାରେ ୨୬ ଜାନୁଆରୀରେ ସାଧାରଣତନ୍ତ୍ର ଦିବସ ପାଳିତ ହେବ।
