ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିନିଜ ନିଜର ସୁ ଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

