ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ପୁରୀ ଜିଲ୍ଲା ପ୍ରଶାସନ ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ବନ୍ଦେ ମାତରମ ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସାମୁହିକ ବନ୍ଦେ ମାତରମ ସଂଗୀତ ଗାନ ସହ ଆତ୍ମ ନିର୍ଭର ଭାରତର ଶପଥ ପାଠ କରାଯାଇଥିଲା । ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିବା ସହ ଆଜିର ଦିବସ ସ୍ବାମୀ ବିବେକାନନ୍ଦ ଙ୍କ ଜୟନ୍ତୀ ଅବସରରେ ଜାତୀୟ ଯୁବ ଦିବସ ପାଳନ ହେଉଥିବାରୁ ବିବେକାନନ୍ଦ ଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ ।

