ବେଲପଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିର ଅଗ୍ରଣୀ ଅନୁଷ୍ଠାନ ନିର୍ଝରିଣୀ ତରଫରୁ ସ୍ଥାନୀୟ ସିଗନାଲ ପଡାରେ ନିଆରା ସମ୍ପର୍କ ପିଲାଙ୍କ ମୁହଁରେ ହସ କାର୍ଯ୍ୟକ୍ରମ ମାଧ୍ୟମରେ ଜାତୀୟ ଯୁବ ଦିବସ ଓ ବନ୍ଦେ ମାତରମର ୧୫୦ତମ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ ହୋଇଥିଲା । ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସେବା ନିବୃତ୍ତ ମେଜର କମଳ କିଶୋର ବେହେରା ମୁଖ୍ୟ ଅତିଥି, ପ୍ରଶାସନିକ ଅଧିକାରୀ ସନ୍ତୋଷ ନାଗ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ।ସମ୍ପାଦକ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା ଓ ଉପସଭାପତି ସୂର୍ଯ୍ୟକାନ୍ତ ରଣା ଧନ୍ୟବାଦ ଅର୍ପଣ କରିଥିଲେ ।

