Home ଓଡ଼ିଶା ପାରଳାଖେମୁଣ୍ଡି ସହରରେ ୧୦ ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଯୁବକ ଗିରଫ by Proprietor Abhimanyu Maharana 8 months ago Share on FacebookShare on TwitterWhatsapp ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସହରରେ ଏକ ଲଜ୍ଜ୍ୟା ଜନକ ଘଟଣା ଘଟିଛି । ଜଣେ ଦଶ ବର୍ଷୀୟ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ କରି ଜଣେ ୩୫ ବର୍ଷୀୟ ଯୁବକ ଗିରଫ ହୋଇଥିବାର ଜଣାପଡିଛି । ସହରର ଜଙ୍ଗମ ସାହି ରେ ଏପରି ଲଜ୍ଜ୍ୟା ଘଟଣା ଘଟିଛି। ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ସୂତ୍ରରୁ ପ୍ରକାଶ ଯେ, ସୋମବାର ଦିନ ନାବାଳିକାଙ୍କ ମାତା ପିତା ଉଭୟ ଦମ୍ପତି କାମକୁ ଯାଇଥିଲେ । ଏହି ସମୟରେ ଝିଅଟିଏ ଏକୁଟିଆ ରହି ଘରେ ଖେଳୁଥିଲା । ସେହି ସମୟରେ ପାଇଲୁ ରବି ନାମକ ଜଣେ ଯୁବକ ତାଙ୍କ ଘରେ ପ୍ରବେଶ କରିଥିଲେ । ନାବାଳିକା ଝିଅଟିକୁ ଏକୁଟିଆ ପାଇ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ତାଙ୍କୁ ବଳପୂର୍ବକ ଦୁଷ୍କର୍ମ ଉଦ୍ୟମ କରିଥିଲେ ଏବଂ ତଳେ ଶୁଆଇ ଦେଇଥିଲେ । ଯେତେବେଳେ ନାବାଳିକା ଝିଅ ଚିତ୍କାର କଲେ, ଅଭିଯୁକ୍ତ ତାଙ୍କ ପାଟି ବନ୍ଦ କରିଦେଲେ । ଯେତେବେଳେ ପିଲାଟି ଖସିଯିବାକୁ ଚେଷ୍ଟା କଲା, ଅଭିଯୁକ୍ତ ତାଙ୍କ ପୋଷାକ ଚିରି ଦେଲେ ଏବଂ ବଳାତ୍କାର କରିବାକୁ ଚେଷ୍ଟା କଲେ । ତେବେ ପୀଡିତା ତାଙ୍କ କବଳରୁ କୌଣସି ମତେ ଖସି ଆସିବାରେ ସଫଳ ହେଲେ ଏବଂ ବାହାରେ ଥିବା କୂଅ ପାଖରେ ପଡ଼ିଗଲେ । ଚିତ୍କାର ଶୁଣି ପଡ଼ୋଶୀମାନେ ଏକାଠି ହୋଇ ଅଭିଯୁକ୍ତକୁ ଘର ଭିତରେହିଁ ଅଟକାଇ ଧରିଥିଲେ । ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ 6/26 ରେ ଏକ ମାମଲା ରୁଜୁ କରି POCSO ଆଇନର BNS R/w ଧାରା 8 ର ଧାରା 332(b)/75/76/65(2)/324(4)/62/351(2) ଅନୁଯାୟୀ ଗିରଫ କରି ଉଭୟଙ୍କୁ ଡାକ୍ତର ମୟାନା କରାଯାଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବାର ଥାନା ଅଧିକାରୀ ପ୍ରଶାନ୍ତ କୁମାର ଭୂପତି ସୁଚନା ଦେଇଛନ୍ତି । Categories: ଓଡ଼ିଶା, ଗଜପତି, ହୋମ୍ Related Content ଡାକ୍ତର ସ୍ବର୍ଗତ ରାଧାଚରଣ ପଣ୍ଡା ଙ୍କ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ by Proprietor Abhimanyu Maharana September 20, 2026 ଅତିବଡ଼ି ଜଗନ୍ନାଥ ଦାସ ଙ୍କ ଜୟନ୍ତୀ ଉତ୍ସବ by Proprietor Abhimanyu Maharana September 20, 2026 ଗଣେଶ ଓ ବିଶ୍ୱକର୍ମା ଦେବଙ୍କ ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ବିସର୍ଜନ by Proprietor Abhimanyu Maharana September 20, 2026 ପୁରୀଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ବେଳାଭୂମି ସଫେଇ ଅଭିଯାନ by Proprietor Abhimanyu Maharana September 20, 2026 ଓଡିଶା ପ୍ରାନ୍ତର ଏକ ନମ୍ବର ହେବ ପୁରୀ ଯୋଗଜିଲ୍ଲା : ମନମୋହନ by Proprietor Abhimanyu Maharana September 20, 2026 ୨୬ତମ ଗଣପତି ମହୋତ୍ସବ ଉଦଯାପିତ by Proprietor Abhimanyu Maharana September 20, 2026