ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ସିଲ୍‌ଭର ଗାନ୍ଧୀଙ୍କ ପଦଯାତ୍ରା : ପଦଯାତ୍ରାରେ ସାମିଲ୍ ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ – ଭୁବନେଶ୍ୱର

ଓଡ଼ିଶା ତାଜା ନ୍ୟୁଜ (୨୧ ସେପ୍ଟେମ୍ବର ସୋମବାର) ଭୁବନେଶ୍ୱର :- ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିବସ ଅବସରରେ ଓଡିଶାର ସିଲ୍‌ଭର ଗାନ୍ଧୀ ନିଜର ପଦଯାତ୍ରା ଜାରି ରଖିଛନ୍ତି । ଆଜି ପଦଯାତ୍ରାରେ ସିଲ୍‌ଭର ଗାନ୍ଧୀଙ୍କ ସହିତ ସାମିଲ୍ ହୋଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମଗ୍ର ବିଶ୍ୱବାସୀଙ୍କ ହୃଦୟରେ ସ୍ୱତନ୍ତ୍ର ଭାବେ ସ୍ଥାନ ପାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସ୍ୱଚ୍ଛ ଭାରତ ଅଭିଯାନ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରିବା ସହିତ ଅହରହ ସଂଗ୍ରାମ କରି ଆସୁଛନ୍ତି ସିଲ୍‌ଭର ଗାନ୍ଧୀ ।

bjp

ପୂର୍ବରୁ ସେ ସମଗ୍ର ଭାରତ ବର୍ଷରେ ସ୍ୱଚ୍ଛ ଭାରତ ମିଶନକୁ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ୨୦୦୦ କି.ମି. ପଦଯାତ୍ରା କରି ମହାମହୀମ ରାଷ୍ଟ୍ରପତିଙ୍କ ଠାରୁ ପୁରଷ୍କୃତ ହୋଇଥିଲେ । ବିଶ୍ୱରେ ଦେଖାଦେଇଥିବା ମହାମାରୀ ‘କୋଭିଡ୍‌-୧୯’ ଭଳି ଭୂତାଣୁ ଜନିତ ରୋଗକୁ ଖାତିର ନ କରି ବିଦ୍ୟାଳୟ, ମହାବିଦ୍ୟାଳୟ, ବିଭିନ୍ନ ଗ୍ରାମାଞ୍ଚଳ ସମେତ ସହରର ଗଳିକନ୍ଦି ତଥା ବସ୍ତିବାସିନ୍ଦାଙ୍କୁ ମାକ୍ସ ଏବଂ ସାନିଟାଇଜର କିଣି ବଣ୍ଟନ କରିଥିଲେ । ଏତଦ୍‌ବ୍ୟତୀତ ସହର-ବଜାରରେ ଫଳ ଦୋକାନ, ପରିବା ଦୋକାନ, ଗ୍ରୋସରୀ ଦୋକାନ ମାନଙ୍କରେ ଜନସାଧାରଣଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଗାନ୍ଧୀବେଶ ଧାରଣ କରି ଘଣ୍ଟ ବଜାଇ, ସାମାଜିକ ଦୂରତା ରକ୍ଷା କରିବା ଏବଂ ମାକ୍ସ ବ୍ୟବହାର କରିବାକୁ ଅନୁରୋଧ କରିଥାନ୍ତି ସିଲ୍‌ଭର ଗାନ୍ଧୀ ।

Exit mobile version