Home ଓଡ଼ିଶା ବ୍ଲକ ସ୍ତରୀୟ “ବନ୍ଦେ ମାତରମ୍” ସାମୁହିକ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ by Proprietor Abhimanyu Maharana 8 months ago Share on FacebookShare on TwitterWhatsapp ରାମନାଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) ନି. ପ୍ର :- ରାଷ୍ଟ୍ର ଗୀତ ବନ୍ଦେ ମାତରମ ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ସାମୁହିକ ଗାନ ସ୍ଥାନୀୟ ମିନି ଷ୍ଟାଡିୟମରେ ଆୟୋଜିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଏହି ସାମୁହିକ ଗାନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ରୂପେ ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଶଙ୍କର ଗମାଙ୍ଗ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ, ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ବ୍ଲକ କୃଷି ଅଧିକାରୀ ବିଭୂତି ଭୂଷଣ ବିଷୋୟୀ,ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ କୃଷ୍ଣାନନ୍ଦ ବେହେରା ,ଉପାଧ୍ୟକ୍ଷା ଜାନକୀ ନିମାଲା,ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ ପ୍ରମୁଖ ମଞ୍ଚାସିନ ଥିଲେ।ପ୍ରଥମେ ଅତିଥି ଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ଉପସ୍ଥିତ ବିଭିନ୍ନ ବିଦ୍ୟାଳୟ ଛାତ୍ର ଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତ ସରକାରୀ ବିଭାଗ ଅଧିକାରୀ,ଅଙ୍ଗନବାଡ଼ି କର୍ମୀ ,ସ୍ଵଂୟ ସହାୟକ ଗୋଷ୍ଠୀ ସଦସ୍ୟା,ସମସ୍ତ ସରପଞ୍ଚ,ସମିତି ସଭ୍ୟ,ଗଣମାଧ୍ୟମ ପ୍ରତିନିଧି, ଏମ୍ୱିକେ ସିଆରପିଓ ସ୍ଥାନୀୟ ଜନ ସାଧାରଣ ଙ୍କ ଉପସ୍ଥିତି ରେ ସାମୁହିକ ଗାନ କରାଯାଇଥିଲା । ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ର କୃତି ଛାତ୍ର ଛାତ୍ରୀ ଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଏହା ପରେ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଦେଶାତ୍ମବୋଧକ ସଙ୍ଗୀତ ରେ ନୃତ୍ୟ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମ ପରିଚାଳନା ରେ ଭାରପ୍ରାପ୍ତ ବିପିଏମ ତଥା ବିପିସି ସନ୍ତୋଷ ରତ୍ନାଲୁ , ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ଥୋମାସ ତାଣ୍ଡାସୀ,ମଙ୍ଗଳ ସଂପ୍ରସାରଣ ଅଧିକାରୀ ସୁସ୍ମିତା ରଥ,ସହକାରୀ ଯନ୍ତ୍ରୀ ଦୀପ୍ତି ରାଣୀ ମୁନି ,ବି କ୍ଷୀରୋଦ ,ରମେଶ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ। ଅତିଥିମାନେ ତାଙ୍କ ଉଦ୍ବୋଧନରେ ଦେଶପ୍ରେମ, ଶିଷ୍ଟାଚାର ଓ ଜାତୀୟ ମୂଲ୍ୟବୋଧକୁ ଦୈନନ୍ଦିନ ଜୀବନରେ ଅନୁସରଣ କରିବା ପାଇଁ ଆହ୍ୱାନ ଦେଇଥିଲେ । ସମସ୍ତେ ଏକତ୍ର ଭାବେ “ବନ୍ଦେ ମାତାରାମ” ଗାନ କରି ପରିବେଶକୁ ଦେଶଭକ୍ତିମୟ ପରିବେଶ ସୃଷ୍ଟି କରିଥିବା ବେଳେ ଅତିଥିମାନେ ତାଙ୍କ ଭାଷଣରେ ଯୁବପିଢ଼ିଙ୍କୁ ଦେଶପ୍ରେମ, ଶିଷ୍ଟାଚାର ଓ ଜାତୀୟ ମୂଲ୍ୟବୋଧକୁ ଜୀବନରେ ଅନୁସରଣ କରିବାକୁ ଆହ୍ୱାନ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିବା ସମସ୍ତ ଅଧିକାରୀ, କର୍ମଚାରୀ, ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ ଆତ୍ମ ନିର୍ଭର ଭାରତ ଗଠନ କରିବା ସହ ଦେଶ ବାହାର ବସ୍ତୁ କୁ ବ୍ୟବହାର ନ କରିବାକୁ ଶପଥ ପାଠ କରାଇଥିଲେ । କାର୍ଯ୍ୟକ୍ରମ ଶେଷରେ ଦେଶାତ୍ମକ ବୋଧ ସଂଗୀତର ତାଳେ ତାଳେ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଛାତ୍ରୀ ମାନେ ନୃତ୍ୟ ପରିବେଷଣ କରିଥିଲେ । ଏଥିରେ ଶିକ୍ଷକ ଅଶ୍ଵିନୀ ତ୍ରିପାଠୀ ଓ ଉଦ୍ୟାନ ବିଭାଗର ଅକ୍ଷୟ କୁମାର ପଣ୍ଡା ମଞ୍ଚ ସଂଯୋଜନା କରିଥିଲେ । ଶେଷରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଜନ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, ରାୟଗଡା, ହୋମ୍ Related Content ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା - ରୋଗୀ ସେବା ବ୍ୟାହତ by Proprietor Abhimanyu Maharana September 16, 2026 ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ by Proprietor Abhimanyu Maharana September 14, 2026 ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ by Proprietor Abhimanyu Maharana September 14, 2026 World Odisha Society pays tribute to Pranab Patnaik by Proprietor Abhimanyu Maharana September 14, 2026 ମାନବ ସେବା ହିଁ ମାଧବ ସେବା by Proprietor Abhimanyu Maharana September 14, 2026 ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ by Proprietor Abhimanyu Maharana September 14, 2026