Home ଓଡ଼ିଶା ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ by Proprietor Abhimanyu Maharana 9 months ago Share on FacebookShare on TwitterWhatsapp ରାମନାଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଥମେ ବ୍ଲକ କାର୍ଯ୍ୟାଳୟ ଠାରେ ପତାକା ଉତ୍ତୋଳନ ପରେ ରାୟଗଡା ଜିଲ୍ଲା ରାମନାଗୁଡ଼ା ମିନି ଷ୍ଟାଡିୟମରେ ଆୟୋଜିତ ହୋଇଥିଲା।ପ୍ରଥମେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅଧ୍ୟକ୍ଷ ପଞ୍ଚାୟତ ସମିତି ରବି ଶଙ୍କର ଗମାଙ୍ଗ, ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ,ଶିଶୁ ବିକାଶ ଯୋଜନା ଅଧିକାରୀ ଅଞ୍ଜଳି ମହାପାତ୍ର ଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ,କର୍ମଚାରୀ,ସରପଞ୍ଚ,ସମିତି ସଭ୍ୟ, ଗଣମାଧ୍ୟମ ପ୍ରତିନିଧି,ସ୍ଥାନୀୟ ଶିକ୍ଷାନୁଷ୍ଠାନ ଛାତ୍ର ଛାତ୍ରୀ ଓ ଜନ ସାଧାରଣ ସମବେତ ଜାତୀୟ ସଙ୍ଗୀତ ଗାନ କରିଥିଲେ।ପରେ ଅତିଥି ମାନେ ସମ୍ମିଳିତ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ। ସେହିପରି ରାମନାଗୁଡ଼ା ବ୍ଲକ ସଦର ମହକୁମା ରେ ଥିବା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ବରିଷ୍ଠ ବିଜେଡି ନେତା ତଥା ସମାଜସେବୀ ଗଗନ ବିହାରୀ ଆଚାର୍ଯ୍ୟ ପତାକା ଉତ୍ତୋଳନ କରିଥିବା ବେଳେ ସ୍ଥାନୀୟ ଆରୀୟନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସାମାଜିକ କର୍ମୀ ପି ବେଣୁ ଗୋପାଳ ତ୍ରିରଙ୍ଗା ପତାକା ଉତ୍ତୋଳନ କରି ଛାତ୍ରୀ ଛାତ୍ରୀ ମାନଙ୍କ ଦ୍ୱାରା ଅଭିବାଦନ ଗ୍ରହଣ କରିଥିଲେ। ଅପରପକ୍ଷରେ ବ୍ଲକ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର କାର୍ଯ୍ୟକ୍ରମ ରେ ଗ୍ରାମାଞ୍ଚଳର ଯୁବକ ଯୁବତୀ ଙ୍କୁ ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ନିମନ୍ତେ ଜିଲ୍ଲା ରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ରାମନାଗୁଡ଼ା, ହାଡୁଗୁଡ଼ା, କୁଜେନ୍ଦ୍ରି ଓ ଗୁମୁଡା ଈ ଲାଇବ୍ରେରୀ ଦାୟିତ୍ଵ ରେ ଥିବା ମହିଳା ମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା।କାର୍ଯ୍ୟକ୍ରମ କୁ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ର ଛାତ୍ରୀ ଦେଶାତ୍ମବୋଧକ ସଙ୍ଗୀତରେ ନୃତ୍ୟ ଓ ପିରାମିଡ୍ ପରିବେଷଣ କରିଥିଲେ। ଏହି ଅବସର ରେ ସମସ୍ତ ନୃତ୍ୟ ଦଳ ଓ ପ୍ୟାରେଡ ଟିମ୍ କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପରିଚାଳନାରେ ମଙ୍ଗଳ ସଂପ୍ରସାରଣ ଅଧିକାରୀ ସୁସ୍ମିତା ରଥ,ଯୋଗାଣ ଅଧିକାରୀ ଶଙ୍କର ବେହେରା,ଏପିଓ ଅକ୍ଷୟ ମହାନ୍ତି ,ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ଥୋମାସ ତାଣ୍ଡାସି, ବି କ୍ଷୀରୋଦ ପ୍ରମୁଖ ସହଯୋଗ କରିଥିଲେ।ଶିକ୍ଷକ ଅଶ୍ଵିନୀ ତ୍ରିପାଠୀ ଓ ଅକ୍ଷୟ କୁମାର ପଣ୍ଡା ମଞ୍ଚ ସଂଯୋଜନା କରିଥିଲେ।ଶେଷରେ ଯୋଗାଣ ଅଧିକାରୀ ଶଙ୍କର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । Categories: ଓଡ଼ିଶା, ରାୟଗଡା, ହୋମ୍ Related Content ସିଂହଦ୍ୱାରରେ ଦେବୀସଭା ବିଦାୟ ନେଲେ ଗୋସାଣୀ by Proprietor Abhimanyu Maharana October 23, 2026 ଧର୍ମପ୍ରାଣା ମହିଳା ବିଦୁଲତା ମହାନ୍ତି ଙ୍କ ପରଲୋକ by Proprietor Abhimanyu Maharana October 23, 2026 କେ.ନୂଆଗାଁ ପୋଲିସର ସଫଳତା, ୯ ଜୁଆଡି ଗିରଫ : ଲକ୍ଷାଧିକ ଟଙ୍କା ଜବତ by Proprietor Abhimanyu Maharana October 23, 2026 ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ , ୭ଟି ସ୍ଥାନରେ ରେଡ୍ : ବିପୁଳ ପରିମାଣର ସମ୍ପତ୍ତି ଠାବ by Proprietor Abhimanyu Maharana October 23, 2026 ସ୍ୱତନ୍ତ୍ର ଅଭିଯାନ ୬.୦ ଅଧୀନରେ ଖୋର୍ଦ୍ଧାରୋଡ୍ ମଣ୍ଡଳ ପକ୍ଷରୁ ‘ରେଳ ଜନ ସମ୍ବାଦ’ ଆୟୋଜିତ by Proprietor Abhimanyu Maharana October 23, 2026 ମୁକୁଳା ଡ୍ରେନ୍ ମରାମତି ସହିତ ସ୍ଲାବକଭର କାର୍ଯ୍ୟରେ ବ୍ୟତିକ୍ରମ କୁ ତଦାରଖ କରିବା ପାଇଁ ଦାବି by Proprietor Abhimanyu Maharana October 22, 2026