ଶହୀଦ ଦିବସରେ ୨ ମିନିଟ ନୀରବତା ପାଳନ

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଜାତିର ଜନକ ମହାତ୍ମାଗାନ୍ଧୀ ଙ୍କ ଆଦର୍ଶ ଓ ବିଚାର ଧାରା ଚିର ଅମର ।  ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ଜାତିର ଜନକ ଙ୍କ ମହାପ୍ରୟାଣ ଘଟିଥିଲା । ଗାନ୍ଧିଜୀ ଙ୍କ ଅହିଂସା ମନ୍ତ୍ର ସମଗ୍ର ବିଶ୍ୱ କୁ ଆନ୍ଦୋଳିତ କରିଛି । ତାଙ୍କର ତ୍ୟାଗ, ସମୟାନୁବର୍ତ୍ତିତା ଓ ସତ୍ୟ ପ୍ରତି ନିଷ୍ଠା ସମସ୍ତଙ୍କୁ ସବୁଦିନ ପାଇଁ ଅନୁପ୍ରାଣିତ କରିଚାଲିଥିବ ବୋଲି କହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା । ପ୍ରତ୍ୟେକ ବର୍ଷ ଜାନୁଆରୀ ୩୦ ତାରିଖ ମହାତ୍ମାଗାନ୍ଧୀ ମହାପ୍ରୟାଣ ଦିବସ କୁ ସହୀଦ ଦିବସ ଭାବେ ପାଳନ କରାଯାଏ ।

ଆଜି ସହୀଦ ଦିବସ ଅବସରରେ ଦିବା ୧୧ ଘଟିକା ସମୟରେ ପୁରୀ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ନୀରବତା ଅବଲମ୍ବନ କରାଯାଇ ମହାତ୍ମାଗାନ୍ଧୀ ଙ୍କ ଉଦ୍ଦେଶ୍ୟ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଦିବା ୧୧ ଘଟିକା ରୁ ୧୧ ଘଟିକା ୦୨ ମିନିଟ ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ କର୍ମଚାରୀ ନୀରବ ରହି ମହାତ୍ମାଗାନ୍ଧୀ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,

ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଡ ଶରତ ଚନ୍ଦ୍ର ମହାପାତ୍ର, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଆଦ୍ୟାଶା ରଥ,ବିବେକାନନ୍ଦ ସାହୁ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ସହକାରୀ ଜିଲ୍ଲାପାଳ ପଞ୍ଚାନନ ପରିଜା, ଜିଲ୍ଲା ମଙ୍ଗଳ ଅଧିକାରୀ ମମତା ରାଣୀ ପରିଡା ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଯୋଗ ଦେଇ ଦୁଇ ମିନିଟ ନୀରବତା ଅବଲମ୍ବନ କରିଥିଲେ । ସେହିପରି ଜିଲ୍ଲାର ବିଭିନ୍ନ ବିଭାଗର କାର୍ଯ୍ୟାଳୟ ମାନଙ୍କ ରେ ଏହି ନିରବତା ଅବଲମ୍ବନ ପୂର୍ବକ ସହୀଦ ଦିବସ ପାଳନ କରାଯାଇଥିଲା ।

Exit mobile version