ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ର ଦ୍ୱିତୀୟ ଦିନ ତଥା ଦ୍ୱିତୀୟ କ୍ୱାଟର ଫାଇନାଲ ଖେଳରେ ଦୋସ୍ତି ବ୍ରଦର ସୁନ୍ଦରଗଡ଼ ଓ ପପୁଲାର କ୍ଲବ- ଢେଙ୍କାନାଳ ମଧ୍ୟରେ ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ସୁନ୍ଦରଗଡ଼ ଦଳ ୧-୦ ଗୋଲ ରେ ବିଜୟୀ ହୋଇଥିଲା l
