ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସ ସଭାପତି ଶ୍ରୀ ମଲ୍ଲୀକାର୍ଜୁନ ଖର୍ଗେ ଜୀ ଙ୍କ ନିର୍ଦ୍ଦେଶ କ୍ରମେ ଦେଶବ୍ୟାପୀ ମନରେଗା ବଞ୍ଚାଓ ଆନ୍ଦୋଳନ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ଅଧ୍ଯକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନରେଗା ବଞ୍ଚାଓ, ଟାଟା ପାୱାର ମନମାନୀ ଓ ଚାଷୀ ଶୋଷଣ ପ୍ରତିବାଦରେ, ଧାରଣା ଓ ବିକ୍ଷୋଭ କରାଯାଇ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କୁ ମନରେଗା ଆଇନର ସୁରକ୍ଷା ପାଇଁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା ।
