ପାରଳାଖେମୁଣ୍ଡି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଗଜପତି ଜିଲ୍ଲା ପୋଲିସକୁ ମିଳିଛି ବଡ଼ ସଫଳତା । ୪୫ ଲକ୍ଷ ଟଙ୍କାର ସୁନା ଓ ରୂପା ଅଳଙ୍କାର ଉଦ୍ଧାର ସହ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବାରେ ସକ୍ଷମ ହୋଇଛି ଗଜପତି ପୋଲିସ. ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା ଅଳଙ୍କାର ସହ ୮୦ ଗ୍ରାମର ରୂପା ଅଳଙ୍କାରକୁ ମଧ୍ୟ ପୋଲିସ ଜବତ କରିଛି । ଗିରଫ ୩ଜଣ ହେଲେ ଗଜପତି ଜିଲ୍ଲା ସେରଙ୍ଗ ଥାନା ଅନ୍ତର୍ଗତ ମାରିଗୁଡା ଗାଁର ମରାଠି ଗିରି ବାବୁ, ଅରୁଣ କୁମାର ପ୍ରଧାନ ଏବଂ ପରିଡା ଗାଁର ମୂରଲୀ ନାୟକ ।
