Home ଓଡ଼ିଶା ନୁଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକୋତ୍ସବ by Proprietor Abhimanyu Maharana 6 months ago Share on FacebookShare on TwitterWhatsapp ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେ ଜି ବି ଭି)ର ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ରେଣୁକାବତୀ ସାହାଣୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ସୁଜିତ କୁମାର ପାତ୍ର, ଜଳନ୍ଧର ପାତ୍ର, ମାନସ ରଞ୍ଜନ ଆମାୟତ ମୃତ୍ୟୁଞ୍ଜୟ ପ୍ରଧାନୀ, ସି ଆର ସି ଗାୟତ୍ରୀ ପାଳ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ ବୋଲି କହିଥିଲେ l ପ୍ରଧାନ ଶିକ୍ଷୟିତ୍ରୀ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସହକାରୀ ଶିକ୍ଷକ ଦୟାନିଧି ମହାରଣା ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲେ। ପରେ ପରେ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା। ସମସ୍ତ କାର୍ଯ୍ୟରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ପରିଚାଳନା କମିଟୀ ସଦସ୍ୟ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । Categories: ଓଡ଼ିଶା, କନ୍ଧମାଳ, ହୋମ୍ Related Content Silk India’ exhibition begins at Hotel Prachi by Proprietor Abhimanyu Maharana August 14, 2026 ହୋଟେଲ ପ୍ରାଚୀରେ ‘ସିଲ୍କ ଇଣ୍ଡିଆ’ ପ୍ରଦର୍ଶନୀ ଆରମ୍ଭ by Proprietor Abhimanyu Maharana August 14, 2026 ବିରିଡି ବ୍ଲକ ରେ "ହର ଘର ତ୍ରିରଙ୍ଗା" ଶୋଭାଯାତ୍ରା by Proprietor Abhimanyu Maharana August 14, 2026 ନୟାଗଡ଼ରେ ଏବିଭିପି ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା by Proprietor Abhimanyu Maharana August 14, 2026 ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଗବେଷଣା ତଥା ପଢ଼ାପଢ଼ି ପାଇଁ ଶରୀର ଦାନ କଲେ ହରିଶ ପ୍ରଧାନ ଆଉ ତାଙ୍କ ସହଧର୍ମିଣୀ by Proprietor Abhimanyu Maharana August 14, 2026 ସାଇ ହେଲ୍ଥ କେୟାରର ମାଗଣା ସ୍ୱାସ୍ଥ୍ୟ ଶିବିର by Proprietor Abhimanyu Maharana August 14, 2026