ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପ୍ରତିବର୍ଷ ପରି ଚଳିତବର୍ଷ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରି ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶଳୀ ସଂସ୍ଥା ପକ୍ଷରୁ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରଚନ ସମାରୋହ ଲିଙ୍ଗରାଜଙ୍କ ଭଜନ ମଣ୍ଡପଠାରେ ଅନୁଷ୍ଠିତ ହେବ । ଏହି ଭଜନ ସମାରୋହ ୩୭ ବର୍ଷ ପୂର୍ଣ ହେବାକୁ ଯାଉଛି ବୋଲି ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।

