ଚିତ୍ରକୋଣ୍ଡା ବ୍ଲକ ବଡ଼ପଦର ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ମାଲକାନଗିରି  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଚିତ୍ରକୋଣ୍ଡା ବ୍ଲକ ବଡ଼ପଦର ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ସମୁଦାୟ ୭୮ ଟି ଅଭିଯୋଗ ଗୁଡ଼ିକର ଶୁଣାଣୀ ହୋଇଥିଲା । ବିଭିନ୍ନ ଯୋଜନାର ସେବା ଯୋଗାଇ ଦେବା ପାଇଁ ଶିବିରରେ କ୍ୟାମ୍ପ ସ୍ଥାପନ କରାଯାଇଥିଲା ।

ହିତାଧିକାରୀଙ୍କୁ ନୂତନ ଶ୍ରମ କାର୍ଡ ପ୍ରଦାନ କରାଯାଇଥିବା ବେଳେ କାର୍ଡ ଗୁଡ଼ିକର ନବୀକରଣ କରାଯାଇଥିଲା । ସାମାଜିକ ସୁରକ୍ଷା ପେନସନ ଯୋଜନା ଅଧୀନରେ ନୂତନ ପେନସନ ନିମନ୍ତେ ପଞ୍ଜୀକରଣ କରାଯାଇଥିଲା । ସେହିପରି ହେଲ୍ଥ କ୍ୟାମ୍ପ କରାଯାଇ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡିଓ ଓ ତହସିଲଦାର ମାନେ ଉପସ୍ଥିତ ଥିଲେ ।

Exit mobile version