Home ଓଡ଼ିଶା ନୟାଗଡ଼ରେ 12ଘଣ୍ଟିଆ ବଜାର ବନ୍ଦ ସଫଳ by Proprietor Abhimanyu Maharana 6 months ago Share on FacebookShare on TwitterWhatsapp ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଦୀର୍ଘଦିନରୁ ଚାଲିଥିବା ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଭେଷଜ ମେଡିକାଲ କଲେଜ ଦାବି ଏବଂ ଓଡିଶା ବଜେଟ ୨୦୨୬-୨୭ରେ ନୟାଗଡରେ ହୋମିଓପ୍ୟାଥିକ ମେଡିକାଲ କଲେଜ ପ୍ରତିଷ୍ଠା ହେବା ନେଇ ଘୋଷଣା ସମ୍ବନ୍ଧେ ନୟାଗଡ଼ ଫାଉଣ୍ଡେସନ ତଥା ନୟାଗଡ଼ ସଚେତନ ନାଗରିକଙ୍କ ପକ୍ଷରୁ ନୟାଗଡ଼ ରେ 12ଘଣ୍ଟିଆବଜାର ବନ୍ଦଡାକରା ଦିଆ ଯାଇଥିଲା, ସୂଚନା ଅନୁଯାୟୀ ସରକାରଙ୍କ ପକ୍ଷରୁ ହୋମିଓପ୍ୟାଥିକ ମେଡିକାଲ କଲେଜ ପ୍ରତିଷ୍ଠା ଘୋଷଣା କରାଯାଇଅଛି! ଭଲ କଥା, କିନ୍ତୁ ନୟାଗଡ଼ ସଦର ମହକୁମାରେ ଭେଷଜ ମେଡିକାଲ କଲେଜ ପ୍ରତିଷ୍ଠା ଦାବି ଗତକାଲି ବି ଥିଲା, ଆଜି ବି ଅଛି ଓ ଆଗାମୀ ଦିନରେ ବି ରହିବ ତେଣୁ ଏହି ନୟାଗଡ଼ିଆଙ୍କ ହକ ତଥା ଦାବିକୁ ତ୍ୱରାନ୍ୱିତ କରିବା ପାଇଁ ଆଜି ସକାଳ ୬ଘଟିକା ଠାରୁ ସନ୍ଧ୍ୟା ୬ ଘଟିକା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ନୟାଗଡ଼ ବଜାର ବନ୍ଦ ଡାକରା ଦିଆଯାଇଥିଲା, ଏବଂ ନୟାଗଡ଼ର ସମସ୍ତ ବ୍ୟବସାୟୀମାନେ ସ୍ୱତଃ ସବୁ ଦୋକାନ ବନ୍ଦ କରି ନୟାଗଡ଼ ସାଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିକୁ ସମର୍ଥନ ଜଣାଇଥିଲେ। ଅପରାହ୍ନ ପ୍ରାୟ ୧ ଘଟିକା ସମୟରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମନାରେ ପ୍ରତିବାଦ ସଭା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କ ଜରିଆରେ ପ୍ରଦାନ କରାଯାଇଥିଲା। ଆଗାମୀ ଦିନରେ ସରକାର ଯଦି ନୟାଗଡ଼ର ପ୍ରମୁଖ ଦାବି ଉପରେ କର୍ଣ୍ଣପାତ ନ କରନ୍ତି ତେବେ ଆନ୍ଦୋଳନ ତୀବ୍ରତର ହେବ ବୋଲି ନିଜର ଅଭିଭାଷଣରେ ସଂଗଠନର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦ କହିବା ସହ ଆଜିର ଡାକରାକୁ ସଫଳ କରିଥିବାରୁ ସମସ୍ତ ବ୍ୟବସାୟୀ, ସାମ୍ବାଦିକ ଏବଂ ଜୟ ନୟାଗଡ଼ ଫାଉଣ୍ଡେସନର କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେଇଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମନାରେ ପ୍ରତିବାଦ ସଭାରେ ପ୍ରତିଷ୍ଠାତାଙ୍କ ସମେତ ଉପଦେଷ୍ଟା ପ୍ରମୋଦ ପଟ୍ଟନାୟକ, ଶ୍ରମିକ ନେତା ବିଶ୍ୱନାଥ ମହାପାତ୍ର, ବରିଷ୍ଠ ଆଇନଜୀବି ମନୋଜ କୁମାର ସାହୁ, ବରିଷ୍ଠ ସାମ୍ବାଦିକ ବୈଦ୍ୟଭୂଷଣ ମହାପାତ୍ର, ସମାଜସେବୀ ଶ୍ରୀଧର ପ୍ରଧାନ, ଶାନ୍ତନୁ ବିଶୋଇ, ଗୋକୁଳ କୁମାର ଷଡଙ୍ଗୀ, ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁ, ସଂଗଠନର ସଂଯୋଜକ ଅମ୍ଳାନ ଅଂଶୁମାନ ସାହୁ, ଜୀବନ ଜ୍ୟୋତିପ୍ରକାଶ ରାଉତ, ଅରବିନ୍ଦ ପାଢ଼ୀ ପ୍ରମୁଖ ନିଜର ବକ୍ତବ୍ୟ ରଖିବା ସହ ରାକେଶ କୁମାର ସିଠ, ଅବଦୁଲ ଆଜିମ ଖାନ, ଓଁ ପ୍ରକାଶ ବିଶ୍ୱାଳ, ଅନୁରାଗ ସ୍ୱାଇଁ, ଦୀପଙ୍କର ପ୍ରଧାନ, ଲୋକେଶ କୁମାର ବେହେରା ପ୍ରମୁଖଙ୍କ ସହ ଶତାଧିକ ଫାଉଣ୍ଡେସନର କାର୍ଯ୍ୟକର୍ତ୍ତା ଉପସ୍ଥିତ ରହି ନୟାଗଡ଼ ବଜାର ବନ୍ଦକୁ ସଫଳ କରିଥିଲେ । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content ରାଜସୁନାଖଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ by Proprietor Abhimanyu Maharana August 11, 2026 ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ by Proprietor Abhimanyu Maharana August 11, 2026 ରଣପୁର ଏନଏସି ପକ୍ଷରୁ ହର ଘର ତିରଙ୍ଗା ଶୋଭାଯାତ୍ରା by Proprietor Abhimanyu Maharana August 10, 2026 ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା by Proprietor Abhimanyu Maharana August 10, 2026 ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ by Proprietor Abhimanyu Maharana August 10, 2026 ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲ ରେ ପେନାଲଟିକ ସୁଟ ଜରିଆରେ ସିନ୍ଦ୍ରିଗାଁ ଦଳ ବିଜୟୀ by Proprietor Abhimanyu Maharana August 10, 2026