Home ଓଡ଼ିଶା ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା : ବାବୁ ସିଂ by Proprietor Abhimanyu Maharana 5 months ago Share on FacebookShare on TwitterWhatsapp ଏକାମ୍ର ନିର୍ବାଚନ ମଣ୍ଡଳୀ ରେ ୬୦ ଲକ୍ଷ୍ୟ ରୁ ଉର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ପ୍ରକଳ୍ପ ର ଭୂମି ପୂଜନ କଲେ ବିଧାୟକ। ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଏକାମ୍ର ନିର୍ବାଚନ ମଣ୍ଡଳୀ ବାସୁଆଘାଇ ପଞ୍ଚାୟତ ର କୋରଡ଼କଣ୍ଟା ଗ୍ରାମ, କେଶୁରା ଗ୍ରାମ,ବାଙ୍କୁଆଳ ଗ୍ରାମ ରେ ୬୦ ଲକ୍ଷ ରୁ ଉର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପ ର ଭୂମି ପୂଜନ ହୋଇଯାଇଛି।ଭୂମି ପୂଜନ ଉତ୍ସବ ରେ ଏକାମ୍ର ବିଧାୟକ ବାବୁ ସିଂ,ଭୁବନେଶ୍ୱର ବ୍ଲକ୍ ଅଧ୍ୟକ୍ଷା ନିରୁପମା ସାହୁ ଅତିଥିଭାବେ ଯୋଗଦେଇ ଏହି ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଶୁଭ ଦେଇଥିଲେ। ଏହି ଅବସରରେ ବିଧାୟକ ବାବୁ ସିଂ କହିଛନ୍ତି ଯେ ,ପ୍ରଗତି ପଥେ ଆମ ଏକାମ୍ର ନିର୍ବାଚନ ମଣ୍ଡଳୀ। ଆଜି ବାସୁଆଘାଇ ପଞ୍ଚାୟତ ର କୋରଡ଼କଣ୍ଟା ଗ୍ରାମ, କେଶୁରା ଗ୍ରାମ,ବାଙ୍କୁଆଳ ଗ୍ରାମ ରେ ୬୦ ଲକ୍ଷ ରୁ ଉର୍ଦ୍ଧ୍ୱ ଟଙ୍କାର ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପ ର ଭୂମି ପୂଜନ କରିଲୁ।ବିକାଶର ଅନ୍ୟନାମ ବିଜେପି ଓଡ଼ିଶା ପ୍ରଦେଶର ଶାସନ ବ୍ୟବସ୍ଥା ପରିବର୍ତନ ପରେ ବିଜେପି ଏକାକୀ ସରକାର ଗଠନ କରି ଗତ ୧୮ମାସ ମଧ୍ୟରେ ଏକାମ୍ର ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିଛି । ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ଅନେକ ଜନହିତକାରି, ଗରିବ କଲ୍ୟାଣକାରୀ, ଜନକଲ୍ୟାଣକାରୀ, ସର୍ବବ୍ୟାପି, ସର୍ବସ୍ପର୍ଶୀ ବିକାଶମୂଳକ କାର୍ଯ୍ୟ ରେ ଜନସାଧାରଣ ଉପକୃତ ହେଉଛନ୍ତି । ଏକାମ୍ର ନିର୍ବାଚନ ମଣ୍ଡଳୀର ସମସ୍ତ ଜନସାଧାରଣ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଦିନକୁ ଦିନ ବଢ଼ିଚାଲିଛି ବୋଲି ବିଧାୟକ ଶ୍ରୀ ସିଂ କହିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ସରପଞ୍ଚ, ସମିତି ସଭ୍ୟ, ୱାର୍ଡ଼ ସଭ୍ୟ,ମଣ୍ଡଳ ସଭାପତି, ଜିଲ୍ଲା ପଦାଧିକାରୀ ଙ୍କ ସମେତ ବହୁ ସଂଖ୍ୟକ ଗ୍ରାମବାସୀ ଉପସ୍ଥିତ ଥିଲେ । Categories: ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍ Related Content ରାଜସୁନାଖଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ by Proprietor Abhimanyu Maharana August 11, 2026 ସରକାରୀ ଉଚ୍ଚ ବିଦ୍ୟାଳୟର ୬୮ତମ ପ୍ରତିଷ୍ଠା ଦିବସ by Proprietor Abhimanyu Maharana August 11, 2026 ରଣପୁର ଏନଏସି ପକ୍ଷରୁ ହର ଘର ତିରଙ୍ଗା ଶୋଭାଯାତ୍ରା by Proprietor Abhimanyu Maharana August 10, 2026 ଆଷାଢ ସାହିତ୍ୟ ସଂସଦର ୩୫ ତମ ବର୍ଷା ଆସର,କବିତା ପାଠୋତ୍ସବ, ପୂଜ୍ୟପୂଜା,ଆଲୋଚନା ଚକ୍ର ଓ ସଂବର୍ଦ୍ଧନା ସଭା by Proprietor Abhimanyu Maharana August 10, 2026 ବାଲିଗୁଡା ରେ ବିଶ୍ୱ ଆଦିବାସୀ ଦିବସ ପାଳିତ by Proprietor Abhimanyu Maharana August 10, 2026 ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ : ପ୍ରଥମ ସେମି ଫାଇନାଲ ରେ ପେନାଲଟିକ ସୁଟ ଜରିଆରେ ସିନ୍ଦ୍ରିଗାଁ ଦଳ ବିଜୟୀ by Proprietor Abhimanyu Maharana August 10, 2026