Home ଓଡ଼ିଶା ସହକାରୀ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା : ଶିକ୍ଷକର କେବେ ଅବସର ନଥାଏ by Proprietor Abhimanyu Maharana 7 months ago Share on FacebookShare on TwitterWhatsapp ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ପଶ୍ଚିମ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସତ୍ୟଭାମା ଦେବୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବିଶିଷ୍ଟ କବି ତଥା ସାହିତ୍ୟିକ ଗୋଦାବରୀଶ ମିଶ୍ର ଏପରି ମତବ୍ୟକ୍ତ କରିଥିଲେ । ଶ୍ରୀମତୀ ମିଶ୍ରଙ୍କର ଦୀର୍ଘ ଦିନର ସେବା, ସମର୍ପଣ ତଥା ଶିକ୍ଷା ପ୍ରତି ନିଷ୍ଠା ସମସ୍ତଙ୍କ ପାଇଁ ପ୍ରେରଣା ହୋଇ ରହିବା ସହିତ ପିଲାମାନଙ୍କୁ ଶିଖାଇଥିବା ଶ୍ରମ, ଶୃଙ୍ଖଳା,ମୂଲ୍ୟବୋଧ ଏବଂ ସଠିକ ପଥରେ ଚାଲିବାର ଉପାୟ ସଦାସର୍ବଦା ପିଲାମାନଙ୍କୁ ଆଲୋକମୟ ପଥରେ ଚାଲିବା ପାଇଁ ସାହାଯ୍ୟ କରିବ ବୋଲି ବିଭିନ୍ନ କ୍ଲଷ୍ଟରରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ,ପୁରାତନ ଛାତ୍ରଛାତ୍ରୀ,ଅଭିଭାବକ ତଥା ପରିଚାଳନା କମିଟିର ସଦସ୍ୟ ସଦସ୍ୟା ମାନେ ସେମାନଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ । ବରିଷ୍ଠ ଶିକ୍ଷକ ଦେବରାଜ ମହାପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ସମ୍ମାନିତ ଅତିଥି ଭାବେ ସିଆରସିସି ପ୍ରଦୀପ୍ତ ପଣ୍ଡା ,ପ୍ରଧାନ ଶିକ୍ଷୟିତ୍ରୀ ସ୍ମୃତିଧାରା ମିଶ୍ର, ଲକ୍ଷ୍ମୀଧର ସାହୁ, ଗୋପୀନାଥ ସେଠି ପ୍ରମୁଖ ଯୋଗଦାନ କରି ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିରୁପମା ସେଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ସଭାରେ ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ସାହୁ ମଞ୍ଚ ସଂଯୋଜନା କରିଥିବା ବେଳେ ଶିକ୍ଷକ ଧନେଶ୍ୱର ସ୍ୱାଇଁ,ମମତା ବରାଳ, ମନୋରଞ୍ଜନ ସାହୁ,ଶୁଭଲକ୍ଷ୍ମୀ ରାଉତ, ସଂଯୁକ୍ତା ଦେବୀ, ଶାନ୍ତିଲତା ଦେବୀ, ଲୋପାମୁଦ୍ରା ପଣ୍ଡା, ଶୈଳବାଳା ଦେବୀ ପ୍ରମୁଖ ଅଭିଭାଷଣ ରଖିଥିଲେ ।ଶେଷରେ ଅବସର ଗ୍ରହଣ କରିଥିବା ସହକାରୀ ଶିକ୍ଷୟିତ୍ରୀଙ୍କୁ ସଂପୃକ୍ତ ବିଦ୍ୟାଳୟ,ବିଭିନ୍ନ ଶିକ୍ଷକ ସଂଗଠନ ଏବଂ ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ମାନପତ୍ର, ଉପଢୌକନ ଏବଂ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିିତ କରାଯାଇଥିଲା । ଏହି ଅବସର କାଳୀନ ସଭାରେ ପରିଚାଳନା କମିଟିର ସମସ୍ତ ସଦସ୍ୟ, ନିଉଟାଉନ କ୍ଲଷ୍ଟର ଅନ୍ତର୍ଗତ ବିଦ୍ୟାଳୟ ମାନଙ୍କ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ, ଅଙ୍ଗନବାଡି କର୍ମୀ ତଥା ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଯୋଗଦାନ କରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦେଇଥିଲେ । Categories: ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍ Related Content दक्षिण पूर्व रेलवे ने माल ढुलाई में दर्ज की उल्लेखनीय वृद्धि by Proprietor Abhimanyu Maharana September 25, 2026 ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ ଶୁଭାରମ୍ଭ ଏବଂ ୨୩ଟି ନୂତନ ଭିତ୍ତିଭୂମୀ ଲୋକାର୍ପିତ by Proprietor Abhimanyu Maharana September 25, 2026 ନୟାଗଡ଼ରେ ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ by Proprietor Abhimanyu Maharana September 25, 2026 ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି by Proprietor Abhimanyu Maharana September 24, 2026 କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ by Proprietor Abhimanyu Maharana September 24, 2026 କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ by Proprietor Abhimanyu Maharana September 24, 2026