Home ଅପରାଧ ଭାରସାମ୍ୟ ହରାଇ ଅଟୋ ଦୁର୍ଘଟଣାଗ୍ରସ୍ତ : ୮ ମହିଳା ଆହତ by Proprietor Abhimanyu Maharana 5 months ago Share on FacebookShare on TwitterWhatsapp ବାଲିଗୁଡ଼ାତା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଡକେଲକିଆ ନିକଟସ୍ଥ ଗଡମୁଣ୍ଡା ଘାଟିରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ଏକ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୮ଜଣ ମହିଳା ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଦଡ଼କଙ୍ଗିଆ ଗ୍ରାମରୁ ୧୦ ରୁ ୧୨ ଜଣ ମହିଳା ଡାକା ଗ୍ରାମରେ ରହୁଥିବା ନିଜ ସମ୍ପର୍କୀୟଙ୍କ ଘରକୁ ସୁଦ୍ଧିକ୍ରିୟା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଅଟୋରେ ଯାଉଥିଲେ । ଢାକା ଗ୍ରାମ ପୂର୍ବରୁ କୁଡକେଲକିଆ ଗାଁ ନିକଟସ୍ଥ ଗଡମୁଣ୍ଡା ଘାଟିରେ ଏକ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଅଟୋ ଦୁର୍ଘଟଣା ଘଟିଥିଲା । ଘଟଣା ସମ୍ପର୍କରେ ସୂଚନା ପାଇ ଡାକା ଗ୍ରାମରେ ଅବସ୍ଥାପିତ ବିଏସ୍ଏଫ୍ କ୍ୟାମ୍ପର ର ଜବାନମାନେ ଘଟଣାସ୍ଥଳରେ ପହଞ୍ଚି ନିଜ ଆମ୍ବୁଲାନ୍ସରେ ଆହତଙ୍କୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି । ଆହତଙ୍କ ମଧ୍ୟରୁ ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ସମସ୍ତ ଆହତ ମହିଳା ବାଲିଗୁଡା ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡିଛି। Categories: ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍ Related Content ହରଘର ତ୍ରିରଙ୍ଗା ଅବସରରେ କଳା ପ୍ରଦର୍ଶନ କର୍ମଶାଳା by Proprietor Abhimanyu Maharana August 10, 2026 ଆକାଶ ପଥରେ କାର୍ଯ୍ୟରତ ବିମାନ ଏବେ ସ୍ଥଳପଥରେ ଜନତାଙ୍କ ରେସ୍ତୋରାଁ by Proprietor Abhimanyu Maharana August 10, 2026 ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ପ୍ରଦେଶ ଯୁବ କଂଗ୍ରେସର ବିଶାଳ ଶୋଭାଯାତ୍ରା by Proprietor Abhimanyu Maharana August 9, 2026 ତ୍ରିରଙ୍ଗା ୧୪୦ କୋଟି ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ : ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana August 9, 2026 169 ଜନଜାତି ଗୋଷ୍ଠୀ କୁ ST ମାନ୍ୟତା ଦାବୀ ଦୋହରାଇଲେ ନବୀନ ପଟ୍ଟନାୟକ by Proprietor Abhimanyu Maharana August 9, 2026 ଡାକ୍ତରଙ୍କ ଗାଡ଼ିରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ by Proprietor Abhimanyu Maharana August 9, 2026